ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି ରହିଛି । ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି ମହାରଣା ସେବକ । ରଥ ଭଙ୍ଗା ଗଲେ ସେମାନେ ଖେଇ ବାବଦରେ ତିନିରଥର ଦୁଆର ବେଢା ପାଇଥାନ୍ତି । ଯେ ହେତୁ ଏଥର ଏହାକୁ ସଂରକ୍ଷଣ କରି ରଖାଯିବ। ତେଣୁ ଏ ବାବଦରେ ସେମାନଙ୍କୁ ପ୍ରାପ୍ୟ ଦେବା ଲାଗି ଦାବି ରଖିଛନ୍ତି । ଏତଦ୍‌ବ୍ୟତୀତ ଆହୁରି କିଛି ପ୍ରାପ୍ୟ ପାଉଣା ମନ୍ଦିର ପ୍ରଶାସନ ଉପରେ ରହିଛି । ଏଥିପାଇଁ ତିନିରଥର ମୁଖ୍ୟ ମହାରଣା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଦୁଇଦିନ ମଧ୍ୟରେ ସେମାନଙ୍କ ପ୍ରାପ୍ୟ ପାଉଣା ନ ଦେଲେ ରଥ ଖୋଲା କାମରେ ସହଯୋଗ କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଫଳରେ ରଥ ଖୋଲାରେ ବାଧା ଉପୁଜିବା ଆଶଙ୍କା ସୃଷ୍ଟି ହୋଇଛି । ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?