ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି ରହିଛି । ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି ମହାରଣା ସେବକ । ରଥ ଭଙ୍ଗା ଗଲେ ସେମାନେ ଖେଇ ବାବଦରେ ତିନିରଥର ଦୁଆର ବେଢା ପାଇଥାନ୍ତି । ଯେ ହେତୁ ଏଥର ଏହାକୁ ସଂରକ୍ଷଣ କରି ରଖାଯିବ। ତେଣୁ ଏ ବାବଦରେ ସେମାନଙ୍କୁ ପ୍ରାପ୍ୟ ଦେବା ଲାଗି ଦାବି ରଖିଛନ୍ତି । ଏତଦ୍‌ବ୍ୟତୀତ ଆହୁରି କିଛି ପ୍ରାପ୍ୟ ପାଉଣା ମନ୍ଦିର ପ୍ରଶାସନ ଉପରେ ରହିଛି । ଏଥିପାଇଁ ତିନିରଥର ମୁଖ୍ୟ ମହାରଣା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଦୁଇଦିନ ମଧ୍ୟରେ ସେମାନଙ୍କ ପ୍ରାପ୍ୟ ପାଉଣା ନ ଦେଲେ ରଥ ଖୋଲା କାମରେ ସହଯୋଗ କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଫଳରେ ରଥ ଖୋଲାରେ ବାଧା ଉପୁଜିବା ଆଶଙ୍କା ସୃଷ୍ଟି ହୋଇଛି । ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri