ଏହି ୨ ରାଜ୍ୟରେ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବଢ଼ିଲା ଲକ୍‌ ଡାଉନ୍‌

ନୂଆଦିଲ୍ଲୀ, ୩୦।୯: କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ମହାରାଷ୍ଟ୍ର ଓ ତାମିଲନାଡ଼ୁରେ ଲକ୍‌ ଡାଉନ୍‌ ଅବଧିକୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମହାରାଷ୍ଟ୍ର ସରକାର ଅକ୍ଟୋବର ୫ରୁ ହୋଟେଲ, ଫୁଡ୍‌ କୋର୍ଟ ଓ ରେଷ୍ଟୁରାଣ୍ଟଗୁଡ଼ିକୁ ୫୦ ପ୍ରତିଶତ କ୍ଷମତା ସହିତ ଖୋଲିବାକୁ ଅନୁମତି ଦେଇଛନ୍ତି। ସେହିଭଳି ଡବାବାଲାଙ୍କୁ ଲୋକାଲ୍‌ ଟ୍ରେନରେ ଯିବା ଲାଗି ଅନୁମତି ଦିଆଯାଇଛି। ପୁନେ ଅଞ୍ଚଳରେ ଲୋକାଲ୍‌ ଟ୍ରେନ୍‌ ଚଳାଚଳକୁ ମଧ୍ୟ ଅନୁମତି ମିଳିଛି। ତାମିଲନାଡ଼ୁ ସରକାର ଲକ୍‌ ଡାଉନ୍‌ ପ୍ରତିବନ୍ଧକକୁ କଡ଼ାକଡ଼ି କରି ଏହାକୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଦଶମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷକମାନଙ୍କ ମାର୍ଗଦର୍ଶନ ପାଇଁ ଅକ୍ଟୋବର ୧ରୁ ସ୍ବେଚ୍ଛାକୃତ ଭାବେ ବିଦ୍ୟାଳୟକୁ ଯିବାକୁ ଦିଆଯାଇଥିବା ପୂର୍ବ ଅନୁମତି ଉପରେ ରୋକ୍‌ ଲଗାଯାଇଛି। ଅଭିଭାବକଙ୍କ ବିରୋଧ ପରେ ତାମିଲନାଡ଼ୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri