Posted inଜାତୀୟ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ: ସମସ୍ତ ୨୮୮ ଆସନରେ ଭାଜପା-ଶିନ୍ଦେ ନେତୃତ୍ୱାଧୀନ ଶିବସେନା କରିବେ ପ୍ରତିଦ୍ୱନ୍ଦ୍ୱିତା…

ମୁମ୍ବାଇ,୧୯।୩ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ସହିତ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଅନ୍ୟ ସହଯୋଗୀ ଦଳ ରାଜ୍ୟର ସମସ୍ତ ୨୮୮ ବିଧାନସଭା ଏବଂ ୪୮ ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ନାଗପୁରରେ ଏହି ସୂଚନା ଭାଜପା ରାଜ୍ୟ ଅଧ୍ୟକ୍ଷ ଚନ୍ଦ୍ରଶେଖର ବାୱାନକୁଲେ ପ୍ରଦାନ କରିଛନ୍ତି। ତେବେ ଆସନ ବଣ୍ଟନ ନେଇ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ନିଆଯାଇ ନାହିଁ।

ଆଗାମୀ ନିର୍ବାଚନ ପାଇଁ ସିଟ ବାଣ୍ଟିବାରେ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ପ୍ରତି ଅନ୍ୟାୟ କରାଯାଉଥିବା ଖବର ମଧ୍ୟରେ ବାୱାନକୁଲେଙ୍କ ମନ୍ତବ୍ୟ ଆସିଛି। ବାୱାନକୁଲେ କହିଛନ୍ତି, ଭାଜପା ଏବଂ ଶିବସେନା ଅନ୍ୟ ଏନଡିଏ ସହଯୋଗୀଙ୍କ ସହ ମିଳିତ ଭାବରେ ଲୋକସଭା ଏବଂ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅକ୍ଟୋବର ୨୦୨୪ ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବ।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ଶିନ୍ଦେ ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ୨୦୦ ଆସନ ଜିତିବା ପାଇଁ ଭାଜପା ଓ ଶିବସେନା ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏପରିସ୍ଥଳେ, ଏନସିପିର ମହାରାଷ୍ଟ୍ର ୟୁନିଟ ଅଧ୍ୟକ୍ଷ ଜୟନ୍ତ ପାଟିଲ କହିଛନ୍ତି ଯେ ୨୦୨୪ ବିଧାନସଭା ନିର୍ବାଚନ ଭାଜପା ବନାମ ମହା ବିକାଶ ଆଘାଡି ହେବ। ଏହା ଶିନ୍ଦେ ନେତୃତ୍ୱାଧୀନ ଶିବସେନାର ଅସ୍ତିତ୍ୱ ଉପରେ ପ୍ରଶ୍ନ ସୃଷ୍ଟି କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri