Posted inଜାତୀୟ

ମହାରାଷ୍ଟ୍ର ବିଧାନସଭା ନିଷ୍ପତ୍ତି ତରବରିଆ କରିବାକୁ ଚାହୁଁ ନାହିଁ: ନାର୍ଭେକର…

ମୁମ୍ବାଇ, ୧୯।୯: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବିଧାୟକଙ୍କ ବିରୋଧରେ ଦାଖଲ ହୋଇଥିବା ଅଯୋଗ୍ୟତା ଆବେଦନ ଉପରେ ମନଇଚ୍ଛା ବିଳମ୍ବ କରିଥିବା ଅଭିଯୋଗ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ସେ ତରବରିଆ କିଛି ନିଷ୍ପତ୍ତି ନେବାକୁ ଚାହୁଁ ନାହିଁ।

ଏକ ସପ୍ତାହ ମଧ୍ୟରେ ଏହି ମାମଲାର ନିଷ୍ପତ୍ତି ପାଇଁ ସମୟସୀମା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ମୋ ପାଖରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର କୌଣସି ସୂଚନା ନାହିଁ। ମୁଁ ଏହି ପ୍ରସଙ୍ଗରେ ବିଳମ୍ବ କରିବାକୁ ଆଗ୍ରହୀ ନୁହେଁ କିମ୍ବା ମୁଁ ଏହାକୁ ଶୀଘ୍ର କରିବାକୁ ଚାହେଁ ନାହିଁ ।

ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ ଉପରେ ସେ କହିଛନ୍ତି, ବୋଧହୁଏ ଯଥାର୍ଥ ସମୟ ମଧ୍ୟରେ ପିଟିଶନର ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ସତ୍ତ୍ୱେ ଏପର୍ଯ୍ୟନ୍ତ କିଛି କରାଯାଇନାହିଁ। ମୁଁ ସୁପ୍ରିମକୋର୍ଟଙ୍କ ଆଦେଶର କପି ପାଇ ନାହିଁ। କୋର୍ଟରେ କ’ଣ ହେଲା ମୁଁ ଜାଣେ ନାହିଁ। କୋର୍ଟଙ୍କ ନିର୍ଦ୍ଦେଶ ପରେ ହିଁ ମୁଁ ଏହା ଉପରେ ମନ୍ତବ୍ୟ ଦେବି।

ସୁଯୋଗ ପାଇବା ମାତ୍ରେ ସେ ଏହା ଉପରେ ନିଷ୍ପତ୍ତି ନେବେ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏହି ପ୍ରସଙ୍ଗରେ କହିଛନ୍ତି ଏହା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି ରହିପାରିବ ନାହିଁ, ଏଥିପାଇଁ ଆମକୁ ଏକ ସମୟସୀମା ଦିଅନ୍ତୁ। ଧାର୍ଯ୍ୟ ସମୟ ମଧ୍ୟରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାକୁ ଜୁଲାଇରେ ଉଦ୍ଧବ ଠାକରେ ଦଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଶିବସେନା (ୟୁବିଟି) ଏମପି ସୁନୀଲ ପ୍ରଭାସ ୨୦୨୨ ମସିହାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ତାଙ୍କ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କରିଥିଲେ। ବାଚସ୍ପତି ନାର୍ଭେକର ଜାଣିଶୁଣି ଏହି ନିଷ୍ପତ୍ତିରେ ବିଳମ୍ବ କରିଥିବା ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri