Posted inଜାତୀୟ

ଆରଏସ୍‌ଏସ୍‌ କାର୍ଯ୍ୟାଳୟ ବାହାରେ ରେକି କରୁଥିବା ଆତଙ୍କବାଦୀ ଗିରଫ

ନାଗପୁର,୧୮।୫: ନାଗପୁରର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆରଏସ୍‌ଏସ୍‌) କାର୍ଯ୍ୟାଳୟରେ ରେକି କରିଥିବା ଘଟଣାରେ ମହାରାଷ୍ଟ୍ର ଆତଙ୍କବାଦ ନିରୋଧୀ ସ୍କ୍ବାଡ(ଏଟିଏସ୍‌) ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରୁ ଗିରଫ କରିଛି। ଗିରଫ ହୋଇଥିବା ଆତଙ୍କବାଦୀ ଜୈଶ-ଏ-ମହମ୍ମଦ ସଂଗଠନର ରଇସ ଅହମଦ ଅସଦୁଲ୍ଲାହ ଶେଖ୍‌ ବୋଲି ଜଣାପଡ଼ିଛି। ଆତଙ୍କବାଦୀ ରଇସ ଅହମଦ ଅସଦୁଲ୍ଲାହ ଶେଖ୍‌ ଡକ୍ଟର ହେଡ୍‌ଗେୱାର ସ୍ମୃତି ଭବନ ପରିସରରେ ରେକି କରିଥିଲେ। ଜମ୍ମୁ-କଶ୍ମୀର ପୋଲିସର ପ୍ରଡକ୍ସନ ୱାରେଣ୍ଟରେ ନାଗପୁର ଏଟିଏସ୍‌ ତାଙ୍କୁ ଅଟକ ରଖିଛି। ସୂଚନାଯୋଗ୍ୟ, ଗତ ବର୍ଷ ଜୁଲାଇରେ ରଇସ ଅହମ୍ମଦ ନାଗପୁରକୁ ଆସି ଡକ୍ଟର ହେଡ୍‌ଗେୱାର ସ୍ମୃତି ଭବନ ପରିସର ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ରେକି କରିଥିଲେ। ଏହାପରେ ଜମ୍ମୁ-କଶ୍ମୀର ପୋଲିସ ତାଙ୍କୁ ଗିରଫ କରିଥିଲା। ଜମ୍ମୁ-କଶ୍ମୀର ପୋଲିସର ପଚରାଉଚରା ସମୟରେ ଜଣାପଡିଥିଲା ଯେ, ପାକିସ୍ତାନର ଜୈଶ ସଂଗଠନରେ ଥିବା ମୁଖିଆଙ୍କ ନିର୍ଦ୍ଦେଶରେ ରଇସ ନାଗପୁରରେ ରେକି କରିଥିଲେ। ଏହାପରେ ନାଗପୁର ପୋଲିସର ଅଧିକାରୀମାନେ ମଧ୍ୟ କଶ୍ମୀର ଯାଇ ତାଙ୍କୁ ପଚରାଉଚରା କରିଥିଲେ। ବର୍ତ୍ତମାନ ଅଧିକ ଯାଞ୍ଚ ପାଇଁ ନାଗପୁରର ଏଟିଏସ୍‌ ୟୁନିଟ ଦ୍ୱାରା ରଇସଙ୍କୁ ଅଟକ ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri