Posted inଜାତୀୟ

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ ଶିବସେନା, ଏନ୍‌ସିପି ଓ କଂଗ୍ରେସ ପକ୍ଷରୁ ଏହି ଡାକରା ଦିଆଯାଇଥିବା ବେଳେ ସକାଳୁ ସକାଳୁ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଏଥିରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରାଯାଇଛି । ଆହୁରି ମଧ୍ୟ ଲଖିମପୁର ଖେରି ଘଟଣାକୁ ବିରୋଧ କରି କଂଗ୍ରେସ ରାଜଭବନ ବାହାରେ ବିରୋଧ ପ୍ରଦର୍ଶନ କରିବ । ସୂଚନାଯୋଗ୍ୟ, ଅକ୍ଟୋବର ୩ରେ ଉତ୍ତର ପ୍ରଦେଶ ଲଖିମପୁର ଖେରିରେ କୃଷକମାନେ ବିରୋଧ ପ୍ରଦର୍ଶନଚ କରୁଥିବା ସମୟରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା କୃଷକଙ୍କ ଉପରେ ଗାଡି ମଡାଇ ଦେବାରୁ ୮ ଜଣଙ୍କର ମୃତ୍ୟୁ ହୋଇଥିଲା । ଏଥିରେ ସାଧାରଣ ଲୋକଙ୍କ ସହ କୃଷକ ମଧ୍ୟ ରହିଥିଲେ । ଏବେ ଏହି ଘଟଣାକୁ ନେଇ ସାରା ଦେଶରେ ରାଜନୀତି ହୋଇଛି ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri