Posted inଜାତୀୟ

ଇଡିକୁ ମୋର ଭୟ ନାହିଁ: ଭାଜପା ଏମ୍‌ପି

ମୁମ୍ବାଇ,୨୫।୧୦: ମୁଁ ଭାଜପା ଏମ୍‌ପି ହୋଇଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଦାପି ମୋ ଉପରେ ଚଢ଼ାଉ କରିବ ନାହିଁ। ମହାରାଷ୍ଟ୍ରର ଭାଜପା ଏମ୍‌ପି ସଞ୍ଜୟ ପାଟିଲ ରବିବାର ଏଭଳି ମନ୍ତବ୍ୟ ଦେଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କେବଳ ବିରୋଧୀ ଦଳର ନେତାଙ୍କୁ ଟାର୍ଗେଟ କରାଯାଉଥିବା ଅଭିଯୋଗ ହେଉଥିବା ବେଳେ ଏକ କାର୍ଯ୍ୟକ୍ରମରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି ଭାଜପା ଏମ୍‌ପି।

ତେବେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଉପରେ ଏଭଳି ମନ୍ତବ୍ୟ ଦେବାରେ ପାଟିଲ ପ୍ରଥମ ଭାଜପା ସଦସ୍ୟ ନୁହନ୍ତି। ଚଳିତ ମାସରେ ପ୍ରାୟ ସମାନ ବୟାନ ଦେଇଥିଲେ ମହାରାଷ୍ଟ୍ରର ଆଉ ଜଣେ ନେତା ହର୍ଶବର୍ଦ୍ଧନ ପାଟିଲ। ସେ ୨୦୧୯ରେ କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେଇଥିଲେ।

ବାଧ୍ୟହୋଇ ଭାଜପାରେ ମିଶିବାକୁ ପଡ଼ିଲା। ମୋତେ ଜଣେ ପଚାରିଥିଲେ, ମୁଁ କାହିଁକି ଭାଜପାରେ ଯୋଗଦେଲି? ଉତ୍ତରରେ ମୁଁ ତାଙ୍କୁ ତାଙ୍କ ନେତାଙ୍କୁ ପଚାରିବାକୁ କହିଥିଲି। ଭାଜପାରେ ସବୁ କିଛି ଠିକ୍‌ ଚାଲିଛି। କୌଣସି ତଦନ୍ତ ଚାଲୁ ନ ଥିବାରୁ ମୁଁ ଶାନ୍ତିରେ ଶୋଉଛି ବୋଲି ହର୍ଶବର୍ଦ୍ଧନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri