Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ରାଜନୀତି

ମୁମ୍ବାଇ,୨୨।୧୨: ଗତ ୪୫ ଦିନ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୌଣସି ସାଧାରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିନାହାଁନ୍ତି କିମ୍ବା ଅଫିସକୁ ଆସୁନାହାଁନ୍ତି। ନିକଟରେ ତାଙ୍କର ଏକ ଗଳା ଅପରେଶନ ହୋଇଥିଲା। ଏହାପରେ ସେ ଏବେ ବିଶ୍ରାମ ନେଉଛନ୍ତି। ମହାରାଷ୍ଟ୍ର ଭାଜପା ସଭାପତି ଚନ୍ଦ୍ରକାନ୍ତ ପାଟିଲ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକୁର ସୁସ୍ଥ ନ ହେବା ପର୍ଯ୍ୟନ୍ତ ତାଙ୍କ ଦାୟିତ୍ୱ ଅନ୍ୟ କାହାକୁ ଦେବା ଉଚିତ୍‌। ମହାରାଷ୍ଟ୍ର ବିଧାନସଭାର ଶୀତକାଳୀନ ଅଧିବେଶନରେ ତାଙ୍କର ଅନୁପସ୍ଥିତି ଠିକ ବୋଲି ବିବେଚନା କରାଯିବ ନାହିଁ। ଯଦି ଉଦ୍ଧବଙ୍କର କଂଗ୍ରେସ ଏବଂ ଏନସିପି ଉପରେ ବିଶ୍ୱାସ ନାହିଁି, ତେବେ ଏହି ଦାୟିତ୍ୱକୁ ରାଜ୍ୟ ମନ୍ତ୍ରୀ ଏବଂ ତାଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ ହସ୍ତାନ୍ତର କରନ୍ତୁ ବୋଲି ସେ କହିଛନ୍ତି।
ପାଟିଲ ଆହୁରି ମଧ୍ୟ କହିଛନ୍ତି,ଏଭଳି କାର୍ଯ୍ୟ କେତେ ଦିନ ଚାଲିବ, କାରଣ ମୁଖ୍ୟମନ୍ତ୍ରୀ ବିନା ପ୍ରଶାସନ ଚାଲିପାରିବ ନାହିଁ, ପ୍ରତ୍ୟେକ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଆବଶ୍ୟକ। ଏପରି ପରିସ୍ଥିତିରେ ଅନ୍ୟ କାହାକୁ ଏହି ଚାର୍ଜ ଦେବା ଉଚିତ୍‌।
ଏଥି ସହିତ ମୁଖ୍ୟମନ୍ତ୍ରୀ ଉଦ୍ଧବଙ୍କ ପୁଅ ତଥା ମନ୍ତ୍ରୀ ଆଦିତ୍ୟ ଠାକରେ ପାଟିଲଙ୍କ ବିବୃତ୍ତିରେ କହିଛନ୍ତି ଯେ ମୋ ବାପା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ କିଛି ଦିନ ପରେ ସେ କାମକୁ ଫେରିବେ। ସେ ପାଟିଲଙ୍କ ବିବୃତ୍ତିକୁ ଭିତ୍ତିହୀନ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri