Posted inଜାତୀୟ

ଚାଷୀଙ୍କୁ ବାର୍ଷିକ ୬ ହଜାର ଟଙ୍କା, ବଢ଼ିଲା ଅଙ୍ଗନୱାଡି କର୍ମୀଙ୍କ ଦରମା

ମୁମ୍ବାଇ,୯।୩: ମହାରାଷ୍ଟ୍ର ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଗୁରୁବାର ବିଧାନସଭାରେ ରାଜ୍ୟର ବାର୍ଷିକ ବଜେଟ ୨୦୨୩-୨୪ ଉପସ୍ଥାପନ କରିଛନ୍ତି। ବଜେଟରେ ସରକାର କେତେକ ବଡ଼ ଘୋଷଣା କରିଛନ୍ତି। ବଜେଟରେ କୃଷକ, ମହିଳା, ଆଦିବାସୀ, ଓବିସି, ଭିତ୍ତିଭୂମି ବିକାଶ, ରୋଜଗାର ସୃଷ୍ଟି ଏବଂ ପରିବେଶ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଏପରିକି ଚାଷୀଙ୍କୁ ବାର୍ଷିକ ୬ ହଜାର ଟଙ୍କା ଯୋଗାଇ ଦେବା ପାଇଁ ଅର୍ଥମନ୍ତ୍ରୀ ଦେବେନ୍ଦ୍ର ବଜେଟ ଅଭିଭାଷଣରେ ସୂଚନା ଦେଇଛନ୍ତି। ଏଥିସହ ମହିଳାଙ୍କ ପାଇଁ ସରକାରୀ ବସ୍‌ରେ ଟିକେଟ ଉପରେ ଭଡ଼ା ଅଧା କରିବାକୁ ଶିନ୍ଦେ ସରକାର ବଜେଟରେ ଘୋଷଣା କରିଛନ୍ତି। ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଏମ୍‌ଭିଏ ସରକାରକୁ ହଟାଇ କ୍ଷମତାକୁ ଆସିବାର ୮ମାସ ପରେ ଶିନ୍ଦେ ସରକାରଙ୍କ ଏହା ପ୍ରଥମ ବଜେଟ। ଏପରିକି ବଜେଟରେ ଆଶା ସ୍ବେଚ୍ଛାସେବୀମାନଙ୍କ ଦରମା ୩୫୦୦ରୁ ୫୦୦୦ଟଙ୍କାକୁ ବୃଦ୍ଧି କରାଯିବା ସହ ଅଙ୍ଗନୱାଡି କର୍ମୀଙ୍କ ଦରମା ୮୩୨୫ରୁ ୧୦ ହଜାରକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri