Posted inଜାତୀୟ

ଶୁକ୍ରବାର ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ! ଫଡନ୍‌ଭିସଙ୍କୁ ଭେଟିଲେ ଅଜିତ୍‌ ପାଓ୍ବାର

ମୁମ୍ବାଇ,୧୩।୭: କ୍ୟାବିନେଟ ସମ୍ପ୍ରସାରଣ ଏବଂ ନୂତନ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ପ୍ରସଙ୍ଗରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। ଏହି ସମୟରେ ଶିବସେନା ଗୁରୁବାର କହିଛି ଯେ, ରାଜ୍ୟ କ୍ୟାବିନେଟର ସମ୍ପ୍ରସାରଣ ଏବଂ ବିଭାଗ ବଣ୍ଟନ ଜୁଲାଇ ୧୪ରେ ହେବାର ସମ୍ଭାବନା ରହିଛି। ତେବେ ଶିବସେନା (ୟୁବିଟି) ଶିନ୍ଦେ ଦଳ ଉପରେ ଆକମ୍ରଣ କରି ଦାବି କରିଛି ଯେ, ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବିରର ବିଧାୟକମାନଙ୍କୁ କ୍ୟାବିନେଟ ସମ୍ପ୍ରସାରଣରେ ସ୍ଥାନ ଦିଆଯିବାର ଆଶଙ୍କା କମ୍‌ ରହିଛି।

ଏକ ବିଦ୍ରୋହରେ ବରିଷ୍ଠ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ଏବଂ ତାଙ୍କ ଦଳର ଅନ୍ୟ ୮ ଜଣ ବିଧାୟକ ଜୁଲାଇ ୨ରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ପଦକ୍ଷେପ ପରେ ଶରଦ ପାୱାରଙ୍କ ନେତୃତ୍ୱରେ ସଂଗଠନରେ ବିଭାଜନ ହୋଇଯାଇଥିଲା। ଏହା ପରେ ଶିବସେନା-ଭାଜପା ମିଳିତ ସରକାରରେ ଏନସିପି ବିଧାୟକଙ୍କୁ ଅନ୍ତର୍ଭୁକ୍ତ କରି ବିଭାଗ ବଣ୍ଟନ ନେଇ ବିବାଦ ଆରମ୍ଭ ହୋଇଛି। ଶିବସେନା ମୁଖପାତ୍ର ସଞ୍ଜୟ ଶିରସାଟ ଗୁରୁବାର କହିଛନ୍ତି, ଶୁକ୍ରବାର କ୍ୟାବିନେଟ ସମ୍ପ୍ରସାରଣ ଏବଂ ବିଭାଗ ବଣ୍ଟନ ହେବାର ୯୯% ସମ୍ଭାବନା ରହିଛି।

ନୂତନ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଅଜିତ୍‌ ପାୱାର ଗୁରୁବାର ଭାଜପା ନେତା ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ଅଜିତ୍‌ ପାୱାର ଏବଂ ଦେବେନ୍ଦ୍ର ଫଡନ୍‌ଭିସ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri