Posted inଜାତୀୟ

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ଭାଜପାରୁ ୯, ଶିନ୍ଦେ ଗୋଷ୍ଠୀର ୯ ମନ୍ତ୍ରୀ ନେଲେ ଶପଥ

ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ମନ୍ତ୍ରିମଣ୍ଡଳର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ମଙ୍ଗଳବାର ହୋଇଛି।  ମୁମ୍ବାଇସ୍ଥିତ ରାଜଭବନରେ  ୧୮  ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ମହାରାଷ୍ଟ୍ର କ୍ୟାବିନେଟରେ ସଦସ୍ୟଙ୍କ ସଂଖ୍ୟା ୨୦ ବୃଦ୍ଧି ପାଇଛି। ଶିନ୍ଦେ ସରକାରରେ ସାମିଲ ହେବାକୁ ଥିବା ମନ୍ତ୍ରୀଙ୍କ ଲିଷ୍ଟ ଜାରି କରାଯାଇଛି। ଶିନ୍ଦେ ଗୋଷ୍ଠୀ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ରୁ ଯଥାକ୍ରମେ ନଅ ଜଣ ବିଧାୟକଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଛି।
ସୂଚନାଯୋଗ୍ୟ, ଶିବସେନାରେ ବିଦ୍ରୋହ ଯୋଗୁ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଜୁନ୍‌ ୩୦ରେ ଶିନ୍ଦେ ଏବଂ ଫଡ୍‌ନବିସ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଦୀର୍ଘଦିନ ହେଲା ଦୁଇଜଣରେ ସରକାର ଚାଲିଥିବାରୁ ଏହାକୁ ନେଇ ବିରୋଧୀ ସମାଲୋଚନା କରୁଥିଲେ। ଶିନ୍ଦେ ପ୍ରଶାସନିକ ଅଧିକାରୀଙ୍କୁ ସ୍ବତନ୍ତ୍ର କ୍ଷମତା ପ୍ରଦାନ କରିବା ବିରୋଧୀଙ୍କୁ କ୍ଷୁବ୍ଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri