ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ ମହାରାଷ୍ଟ୍ରରେ ଦୈନିକ କରୋନା ସଂକ୍ରମଣ ମାମଲା ପ୍ରାୟ ୬ରୁ ୭ହଜାର ତଳକୁ ଖସି ଆସିଛି। ମୁମ୍ବାଇରେ ମଧ୍ୟ କୋଭିଡ ମାମଲା ଯଥେଷ୍ଟ ହ୍ରାସ ପାଇବାରେ ଲାଗିଛି। ଅଗଷ୍ଟ ୧୫ରୁ ସମସ୍ତ ଲୋକଙ୍କୁ ସ୍ଥାନୀୟ ଟ୍ରେନ୍‌ରେ ଟିକାକରଣ କରିବାକୁ ଅନୁମତି ଦିଆଯାଇଛି। ଇତିମଧ୍ୟରେ କରୋନା କାଳରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜେ ଏକ କାର୍ଯ୍ୟକ୍ରମରେ ଫେସ୍‌ ମାସ୍କ ନ ପିନ୍ଧି ଲୋକଙ୍କୁ ସମ୍ବୋଧିତ କରିଥିବା ଦେଖିବାକୁ ମିଳିଛି। ଯେଉଁଠାରେ କୋଭିଡ-୧୯ର ପ୍ରୋଟୋକଲ୍‌ ଅନୁସାରେ ଫେସ୍‌ ମାସ୍କ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ ସେଠାରେ ନିଜେ ମୁଖ୍ୟମନ୍ତ୍ରୀ ଏହି ନିୟମ ଭାଙ୍ଗିଛନ୍ତି। କରୋନା ସଂକ୍ରମଣ ବ୍ୟାପିବା ପରେ ଦେଶରେ ୨୦୨୦ ମାର୍ଚ୍ଚ ପରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମ ଲାଗୁ କରାଯାଇଛି। ଏଭଳି ପରିସ୍ଥିତିରେ ରାଜ୍ୟର ମୁଖ୍ୟଙ୍କ ଏଭଳି ଆଚରଣ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ମୁମ୍ବାଇରୁ ୨୦୦କିଲୋମିଟର ଦୂର ନାସିକ ଜିଲାରେ ଆୟୋଜିତ ହୋଇଥିବା ଏକ ସମାରୋହରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଯୋଗଦେଇ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ସମୟରେ ଏକ ବିରାଟ ଜନସମାଗମ ମଧ୍ୟ ହୋଇଥିଲା। ଏଥିରେ ଉଦ୍ଧବ ଠାକରେ କହିଛନ୍ତି, ଏହା ହେଉଛି ତାଙ୍କର ପ୍ରଥମ ସର୍ବସାଧାରଣ କାର୍ଯ୍ୟକ୍ରମ। ଯେଉଁଠାରେ ସେ ବିନା ଫେସ୍‌ ମାସ୍କରେ ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ପ୍ରଥମ ଥର ପାଇଁ ସେ ନିଜ ମୁହଁକୁ ଢ଼ାଙ୍କି ନାହାନ୍ତି ବୋଲି ଉଦ୍ଧବ କହିଛନ୍ତି। ସେହିପରି ମହାରାଷ୍ଟ୍ର ପୋଲିସ ଏକାଡେମୀର ଏକ କାର୍ଯ୍ୟକ୍ରମରେ ଉଦ୍ଧବ ଠାକରେ କହିଛନ୍ତି, ରାଜ୍ୟ ପୋଲିସ ଭାଇଚାରା ସହ ଦେଶର ଗୌରବ ବଢ଼ାଇବାର କାମ କରିଛି। ତେବେ ପରିବର୍ତ୍ତିତ ସମୟ ସହିତ ସେମାନଙ୍କ ପାଇଁ ଅତ୍ୟାଧୁନିକ ତାଲିମ ଆୟୋଜନ କରାଯିବ ବୋଲି ଠାକରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri