Posted inଜାତୀୟ

ଆଜି ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୨୪ା୮: ମହାରାଷ୍ଟ୍ରର ଠାଣେ ଜିଲା ଅନ୍ତର୍ଗତ ବଦଲାପୁରରେ ଏକ ନର୍ସରି ସ୍କୁଲର ୨ ଶିଶୁକନ୍ୟାଙ୍କୁ ଯୌନ ନିର୍ଯାତନା ଘଟଣାର ପ୍ରତିବାଦରେ ଶନିବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି। ବିରୋଧୀ ମେଣ୍ଟ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ଶିବସେନା(ୟୁବିଟି) ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ କହିଛନ୍ତି। ଏହା ଏକ ଅଣରାଜନୈତିକ କାର୍ଯ୍ୟକ୍ରମ ହୋଇଥିବାବେଳେ ଝିଅଙ୍କ ସୁରକ୍ଷା ପାଇଁ ପ୍ରତ୍ୟେକେ ଏକାଠି ହେବାକୁ ସେ ଆହ୍ବାନ ଦେଇଛନ୍ତି। ବନ୍ଦରେ ଏମ୍‌ଭିଏ ଅଂଶୀଦାର କଂଗ୍ରେସ, ଶିବସେନା(ୟୁବିଟି) ଏବଂ ଶରଦ ପାଓ୍ବାରଙ୍କ ଏନ୍‌ସିପି ଯୋଗଦେବ। ଅନ୍ୟପକ୍ଷରେ ରାଜନୈତିକ ଦଳଗୁଡ଼ିକ ସାମିଲ ନ ହେବାକୁ ବମ୍ବେ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏମ୍‌ଭିଏର ବନ୍ଦ ଡାକରାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ପିଟିଶନ ଦାଏର ହୋଇଥିଲା। ବନ୍ଦକୁ ରୋକିବା ଦିଗରେ ମହାରାଷ୍ଟ୍ର ସରକାର ସମସ୍ତ ପଦକ୍ଷେପ ନେବାକୁ ମୁଖ୍ୟ ବିଚାରପତି ଡି.କେ. ଉପାଧ୍ୟାୟ ଏବଂ ଜଷ୍ଟିସ ଅମିତ୍‌ ବୋର୍କାରଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲରେ ଶିଶୁ ଯୌନ ନିର୍ଯାତନାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଏଭଳି ଅପରାଧ ଘଟିଥିବା କମିଟି ରିପୋର୍ଟ ଦେଇଛି। ୩ ଓ ୪ ବର୍ଷର ଶିଶୁଙ୍କୁ ଗତ ୧୫ ଦିନ ମଧ୍ୟରେ ଏକାଧିକ ଥର ଯୌନ ନିର୍ଯାତନା ଦିଆଯାଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri