Posted inଜାତୀୟ

ଆଜି ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୨୪ା୮: ମହାରାଷ୍ଟ୍ରର ଠାଣେ ଜିଲା ଅନ୍ତର୍ଗତ ବଦଲାପୁରରେ ଏକ ନର୍ସରି ସ୍କୁଲର ୨ ଶିଶୁକନ୍ୟାଙ୍କୁ ଯୌନ ନିର୍ଯାତନା ଘଟଣାର ପ୍ରତିବାଦରେ ଶନିବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି। ବିରୋଧୀ ମେଣ୍ଟ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ଶିବସେନା(ୟୁବିଟି) ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ କହିଛନ୍ତି। ଏହା ଏକ ଅଣରାଜନୈତିକ କାର୍ଯ୍ୟକ୍ରମ ହୋଇଥିବାବେଳେ ଝିଅଙ୍କ ସୁରକ୍ଷା ପାଇଁ ପ୍ରତ୍ୟେକେ ଏକାଠି ହେବାକୁ ସେ ଆହ୍ବାନ ଦେଇଛନ୍ତି। ବନ୍ଦରେ ଏମ୍‌ଭିଏ ଅଂଶୀଦାର କଂଗ୍ରେସ, ଶିବସେନା(ୟୁବିଟି) ଏବଂ ଶରଦ ପାଓ୍ବାରଙ୍କ ଏନ୍‌ସିପି ଯୋଗଦେବ। ଅନ୍ୟପକ୍ଷରେ ରାଜନୈତିକ ଦଳଗୁଡ଼ିକ ସାମିଲ ନ ହେବାକୁ ବମ୍ବେ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏମ୍‌ଭିଏର ବନ୍ଦ ଡାକରାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ପିଟିଶନ ଦାଏର ହୋଇଥିଲା। ବନ୍ଦକୁ ରୋକିବା ଦିଗରେ ମହାରାଷ୍ଟ୍ର ସରକାର ସମସ୍ତ ପଦକ୍ଷେପ ନେବାକୁ ମୁଖ୍ୟ ବିଚାରପତି ଡି.କେ. ଉପାଧ୍ୟାୟ ଏବଂ ଜଷ୍ଟିସ ଅମିତ୍‌ ବୋର୍କାରଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲରେ ଶିଶୁ ଯୌନ ନିର୍ଯାତନାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଏଭଳି ଅପରାଧ ଘଟିଥିବା କମିଟି ରିପୋର୍ଟ ଦେଇଛି। ୩ ଓ ୪ ବର୍ଷର ଶିଶୁଙ୍କୁ ଗତ ୧୫ ଦିନ ମଧ୍ୟରେ ଏକାଧିକ ଥର ଯୌନ ନିର୍ଯାତନା ଦିଆଯାଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri