Posted inଜାତୀୟ

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ ଶିବସେନା (ଏକନାଥ ଶିନ୍ଦେ) ଆଗରେ ଅଛନ୍ତି। ଏପର୍ଯ୍ୟନ୍ତ ଟ୍ରେଣ୍ଡରେ୨୧୬ଟି ଆସନରେ ଆଗୁଆ ରହିଛି। ଅନ୍ୟପକ୍ଷରେ କଂଗ୍ରେସର ମହା ବିକାଶ ଅଗାଡି ମିଳିତ ମଞ୍ଚ, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଶରଦ ପାୱାର ଦଳ) ଏବଂ ଶିବସେନା (ଉଦ୍ଧବ ଠାକରେ ଦଳ) ୫୪ଟି ଆସନରେ ଆଗୁଆ ଅଛନ୍ତି। ଯଦି ଶେଷ ପର୍ଯ୍ୟନ୍ତ ଏହି ଧାରା ଜାରି ରହେ, ତେବେ ମହାରାଷ୍ଟ୍ରରେ ଏକ ମହାୟୁତି ସରକାର ହେବ, କିନ୍ତୁ ମୁଖ୍ୟମନ୍ତ୍ରୀ ପୁଣିଥରେ ଏକନାଥ ଶିନ୍ଦେ ହେବେ କି ନାହିଁ ତାହା କହିବା କଷ୍ଟକର।
ମୁଖ୍ୟମନ୍ତ୍ରୀ ପଦ ପାଇଁ ମହାୟୁତିରୁ ଏପର୍ଯ୍ୟନ୍ତ କୌଣସି ଚେହେରା ଆସିନାହିଁ। ଏଭଳି ପରିସ୍ଥିତିରେ ସିଏମ ପଦ ପାଇଁ ଦେବେନ୍ଦ୍ର ଫଡନ୍‌ଭିସ, ଅଜିତ ପାୱାର ଏବଂ ଏକନାଥ ଶିନ୍ଦେ ତିନି ଜଣ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଅଛନ୍ତି ବୋଲି କୁହାଯାଉଛି। ଏହି ସମୟରେ ଅଜିତ ପାୱାରଙ୍କ ସମର୍ଥନରେ ପୋଷ୍ଟର ଲଗାଯିବା ଆରମ୍ଭ ହୋଇଛି। ରାଜ୍ୟର ୨୮୮ଟି ସିଟ ମଧ୍ୟରୁ ମହାୟୁତି ୨୧୬ ଟି ଆସନରେ ଆଗୁଆ ଅଛନ୍ତି, ସେଥିମଧ୍ୟରୁ ଭାଜପା ୧୨୨ଟିରେ, ଏକନାଥ ଶିନ୍ଦେଙ୍କ ସେନା ୫୭ଟି ଆସନରେ ଏବଂ ଅଜିତ ପାୱାରଙ୍କ ଦଳ ଏନସିପି ୩୭ଟି ସିଟରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?