Posted inଜାତୀୟ

ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଟେନସନ ବଢାଇଲେ ଶିନ୍ଦେ

ମୁମ୍ବାଇ,୨୯।୭: ଆସନ୍ତା କିଛି ମାସ ମଧ୍ୟରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ ଦଳ ନିଜସ୍ବ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ମଧ୍ୟ ପ୍ରସ୍ତୁତ ଆରମ୍ଭ କରିଛି। ଦଳ ୧୦୦ଟି ଆସନରେ ପ୍ରାର୍ଥୀ ଦେବ ବୋଲି ମନୋବଳ ରଖିଛି। ଯଦିଓ ଆସନ ବାଣ୍ଟିବା ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନଥିଲେ ମଧ୍ୟ ଶିନ୍ଦେଙ୍କ ଏହି ପଦକ୍ଷେପ ଭାଜପା ପାଇଁ ଟେନସନ ସୃଷ୍ଟି କରିପାରେ।

ମହାରାଷ୍ଟ୍ରରେ ଏନଡିଏ ଏବଂ ଏମବିଏରେ ଦୁଇଟି ଗଠବନ୍ଧନ ଅଛି ଏବଂ ଉଭୟ ଗଠବନ୍ଧନରେ ସିଟ ଶେୟାରିଂକୁ ନେଇ ବିବାଦ ଲାଗି ରହିଛି। ଏନଡିଏ ମିଳିତ ମଞ୍ଚରେ ଭାଜପା, ଶିବସେନା (ଏକନାଥ ଶନ୍ଦେ) ଏବଂ ଏନସିପି (ଅଜିତ ପାୱାର) ଅଛନ୍ତି। ଏକନାଥ ଶିନ୍ଦେଙ୍କ ଶିବସେନା ୧୦୦ଟି ସିଟ ପାଇଁ ପ୍ରସ୍ତୁତ ହେଉଛି।

ମହାରାଷ୍ଟ୍ରର ଶେଷ ନିର୍ବାଚନରେ ଉଦ୍ଧବ ଠାକରେ ଏବଂ ଏକନାଥ ଶିନ୍ଦେ ଏକାଠି ଥିଲେ। ଏକନାଥ ଶିନ୍ଦେ ସେହି ସମୟରେ ଜିତିଥିବା ୬୫ଟି ସିଟ ଉପରେ ନଜର ରଖିବେ। ୨୦୧୯ରେ, ଯେତେବେଳେ ଉଦ୍ଧବ ଠାକରେ ଭାଜପା ସହ ମେଣ୍ଟ କରିଥିଲେ, ସେତେବେଳେ ଶିବସେନା ୧୨୭ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଏଥିମଧ୍ୟରୁ ଏକନାଥ ଶିନ୍ଦେ ୧୦୦ ସିଟ ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri