Posted inଜାତୀୟ

ମହାରାଷ୍ଟ୍ରରେ ବନ୍ୟା, ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୬୪ ଲୋକଙ୍କ ମୃତ୍ୟୁ: ଶହେରୁ ଅଧିକ ନିଖୋଜ

ମୁମ୍ବାଇ,୨୬।୭: ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ଆସିଥିବା ବନ୍ୟା ଓ ଭୂସ୍ଖଳନ ଘଟଣାରେ ଏପର୍ଯ୍ୟନ୍ତ ୧୬୪ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି। ଆଉ ୧୦୦ରୁ ଅଧିକ ଲୋକ ଏବେ ବି ନିଖୋଜ ଅଛନ୍ତି। ଅନ୍ୟପଟେ ୫୬ ଆହତ ବ୍ୟକ୍ତିଙ୍କୁ ଉଦ୍ଧାରକାରୀ ଦଳ ଉଦ୍ଧାର କରିଛନ୍ତି। ଏହାପରେ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ କୋହ୍ଲାପୁର, ସାଙ୍ଗଲି, ସତାରା ଓ ପୁଣେର ପ୍ରାୟ ୮୭୫ଗାଁ ପ୍ରଭାବିତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ୨୫ ଏନ୍‌ଡିଆରଏଫ୍‌, ୪ଏସ୍‌ଡିଆରଏଫ୍‌, କୋଷ୍ଟଗାର୍ଡର ୨ଟି ଟିମ୍‌, ନୌସେନାର ୫ ଓ ସେନାର ୩ଟି ଟିମ୍‌ ସାମିଲ ହୋଇଛନ୍ତି। ରତ୍ନଗିରି ଜିଲାର ଚିପଲୁନ ସହରରେ ୫ଟି ରିଲିଫ୍‌ ଶିବିର ଖୋଲାଯାଇଛି। ଅନ୍ୟପଟେ ଚିପଲୁନକୁ ମୁମ୍ବାଇ ସଂଯୋଗ କରୁଥିବା ଏକ ବଶିଷ୍ଠି ନଦୀ ଉପରେ ଥିବା ପୋଲ ଭୁଷୁଡ଼ିପଡ଼ିଛି। ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାଜ୍ୟ ସରକାର ରାୟଗଡ଼ ଓ ରତ୍ନଗିରି ଜିଲାର ପ୍ରତ୍ୟେକ ବ୍ୟକ୍ତିଙ୍କୁ ୨କୋଟିର ଜରୁରୀ ଆର୍ଥିକ ସହାୟତା ପ୍ରଦାନ କରିଛିନ୍ତି। ଏଥିସହ ସତାରା, ସାଙ୍ଗଲି, ପୁଣେକୋହ୍ଲାପୁର, ଥାନେ ଓ ସିନ୍ଧୁଦର୍ଗ ଅଞ୍ଚଳର ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri