Posted inଜାତୀୟ

ଟିକ୍‌ଟକ୍‌ ଷ୍ଟାର୍‌ ଆତ୍ମହତ୍ୟା ମାମଲାରେ ମନ୍ତ୍ରୀ ଦେଲେ ଇସ୍ତଫା

ପୁଣେ,୨୮।୨: ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ତଥା ଶିବସେନା ନେତା ସଞ୍ଜୟ ରାଠୋର ରବିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଣେର ଜଣେ ଟିକ୍‌ଟକ୍‌ ଷ୍ଟାର୍‌ଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାଁ ଆସିବା ପରେ ସେ ଇସ୍ତଫା ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଗତ ଫେବୃୟାରୀ ୮ରେ ପୁଣେର ହଡପସର ଅଞ୍ଚଳରେ ଏକ କୋଠରୀରୁ ଖସିପଡି ଯୁବତୀଙ୍କ ମୃତ୍ୟୁ ଘଟିଥିଲା। କେତେକ ସୋସିଆଲ ମିଡିଆ ପୋଷ୍ଟ ଏବଂ ବିରୋଧୀ ଭାଜପା ପକ୍ଷରୁ ଦାବି କରାଯାଇଥିଲା ଯେ, ସମ୍ପୃକ୍ତ ୨୩ ବର୍ଷୀୟା ଯୁବତୀଙ୍କ ମୃତ୍ୟୁରେ ରାଠୋରଙ୍କ ସମ୍ବନ୍ଧ ରହିଛି।

ଏହି ପ୍ରସଙ୍ଗରେ ମନ୍ତ୍ରୀ ସଞ୍ଜୟ ରାଠୋର କହିଛନ୍ତି ଯେ, ମୁଁ ମୋର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପଠାଇ ଦେଇଛି। ବିରୋଧୀ ଦଳ ଯେଉଁଭଳି ଭାବରେ ଚେତାବନୀ ଦେଇଛି, ସେଥିରୁ ଜଣାପଡୁଛି ଏଥର ବିଧାନସଭା ଅଧିବେଶନ ଜାରି ରଖିବାକୁ ଦେବେ ନାହିଁ। ତେଣୁ ସେଥିରୁ ମୁଁ ନିଜକୁ ଦୂରେଇ ରଖିଛି। ମୁଁ ଏହି ମାମଲାର ସଠିକ୍‌ ଅନୁସନ୍ଧାନ ଚାହୁଁଛି ବୋଲି ସେ କହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହି ଘଟଣାର ବିସ୍ତୃତ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ। ଏଥି ସହ ମହିଳା ମହିଳା ଜାତୀୟ ଆୟୋଗ ମଧ୍ୟ ଏଥିରେ ହସ୍ତକ୍ଷେପ କରି ରାଜ୍ୟ ସରକାର ଏବଂ ପୁଣେ ପୋଲିସ କମିଶନରଙ୍କୁ ନୋଟିସ ଜାରି କରିଛନ୍ତି। ରାଠୋର ରବିବାର ମୁଖ୍ୟମନ୍ତ୍ରୀ ଠାକରେଙ୍କୁ ଭେଟି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟର ମୁଖ୍ୟ ବିରୋଧୀ ଦଳ ଏହି ମାମଲାରେ ରାଠୋରଙ୍କ ଇସ୍ତଫା ଦାବି କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri