Posted inଜାତୀୟ

ହିଟ ଓ୍ବେଭରେ ଜୀବନ ଯିବା ପରେ ମହାରାଷ୍ଟ୍ର ସରକାର ଜାରି କଲେ ଗାଇଡଲାଇନ

ମୁମ୍ବାଇ,୧୯।୪: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଆୟୋଜିତ ମହାରାଷ୍ଟ୍ର ଭୂଷଣ ପୁରସ୍କାର କାର୍ଯ୍ୟକ୍ରମରେ ଲୁ ଯୋଗୁ ଏବେ ପର୍ଯ୍ୟନ୍ତ ୧୪ ଜଣଙ୍କ ମୃତ୍ୟୁ ହେଲାଣି। ୭ ଜଣ ଏବେବି ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏହି ମାମଲାକୁ ନେଇ ଏବେ ମହାରାଷ୍ଟ୍ର ସରକାର ଆକ୍ସନକୁ ଆସି ଯାଇଛନ୍ତି। ମହାରାଷ୍ଟ୍ର ସରକାର ବୁଧବାର(୧୯ ଏପ୍ରିଲ)ରେ ଖୋଲାରେ ରାଲିକୁ ନେଇ ଗାଇଡଲାଇନ ଜାରି କରିଛନ୍ତି।

ଗାଇଡ ଲାଇନ ଅନୁଯାୟୀ, ସମ୍ପୂର୍ଣ୍ଣ ମହାରାଷ୍ଟ୍ରରେ ଦିନ ୧୨ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଖୋଲା ସ୍ଥାନରେ କୌଣସି ସମାରୋହ/କାର୍ଯ୍ୟକ୍ରମ ସେପର୍ଯ୍ୟନ୍ତ ଆୟୋଜନ ହୋଇ ପାରିବ ନାହିଁ ଯେପର୍ଯ୍ୟନ୍ତ ରାଜ୍ୟରେ ହିଟ ଓ୍ବେଭ କମ ନ ହୋଇଛି। ମହାରାଷ୍ଟ୍ର ସରକାର ଏହାକୁ ନେଇ ଏକ ଜିଆର(ସରକାରୀ ସଂକଳ୍ପ) ଜାରି କରିବେ। କ୍ୟାବିନେଟ ମନ୍ତ୍ରୀ ମଙ୍ଗଳ ପ୍ରଭାତ ଲୋଢା ଏହି ସୂଚନା ଦେଇଛନ୍ତି।
ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଏକ ପତ୍ର ଲେଖି ଅଜିତ ପାଓ୍ବାର କହିଛନ୍ତି, ଏହା ପ୍ରାକୃତିକ ନୁହେଁ ଏଥିପାଇଁ ରାଜ୍ୟ ସରକାର ଦାୟୀ। ଏହି ଘଟଣାର ଜଣେ ଅବସରପ୍ରାପ୍ତ ବିଚାରପତି ଯାଞ୍ଚ କରିବା ଜରୁରୀ। ମୃତକଙ୍କ ପରିଜନକୁ ୫ ଲକ୍ଷ ପରିବର୍ତ୍ତେ ୨୦-୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପାଓ୍ବାର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri