ମହାରାଷ୍ଟ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି ଜେଲ ଟୁରିଜିମ: ସାଧାରଣ ଜନତା ବିନା ଅପରାଧରେ ପାଇବେ ଜେଲ୍‌ର ଅନୁଭୁତି!

ମୁମ୍ବାଇ,୨୫ ।୧: ଜେଲ୍ ଯିବାକୁ ସମସ୍ତେ ସାଧରଣତଃ ନିଚ୍ଚ ଦୃଷ୍ଟିରେ ଦେଖିଥାଆନ୍ତି । ଆଉ ଯେଉଁମାନେ ଜେଲ୍ ଯାଆନ୍ତି ସେମାନଙ୍କୁ ସମାଜରେ ବଦନାମ ହେବାକୁ ପଡିଥାଏ । ହେଲେ ଏବେ ଜେଲ ଯିବାକୁ ନେଇ ଲୋକଙ୍କର ଚିନ୍ତାଧାରା ବଦଳିବାକୁ ଯାଉଛି । ଏବେ ସାଧାରଣ ଜନତା ଜେଲର ଅନୁଭୁତି ପାଇବାକୁ ହେଲେ କୌଣସି ଅପରାଧ କରିବା ଦରକାର ନାହିଁ । ମନ ଖୁସିରେ ଏମାନେ ଜେଲ ଯାଇ ଜେଲ ରୁଟିର ସ୍ୱାଦ ମଧ୍ୟ ଚାଖି ପାରିବେ । ସୂଚନାଯୋଗ୍ୟ, ମହାରାଷ୍ଟ୍ର ସରକାର ‘ଜେଲ ଟୁରିଜିମ’ର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି । ଯାହା ଜାନୁୟାରୀ ୨୬ରେ ଆରମ୍ଭ ହେବାକୁ ଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ସାଧାରଣତନ୍ତ୍ର ଦିବସରେ ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଉପସ୍ଥିତିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ପୁଣେର ୟରୱାଦା ଜେଲରେ ‘ଜେଲ ଟୁରିଜିମ’ର ଶୁଭାରମ୍ଭ କରିବେ । ଅନିଲ ଦେଶମୁଖଙ୍କ କହିବା କଥା ହେଲା ମହାରାଷ୍ଟ୍ରରେ ଜେଲ ପର୍ଯ୍ୟଟନର ଆରମ୍ଭ ୟରୱାଦା ଜେଲରୁ କରାଯିବ । କାରଣ ଏହି ଜେଲ ସ୍ୱାଧିନତା ପୂର୍ବରୁ ଏବଂ ପରେ ବହୁ ଐତିହାସିକ ଘଟଣାର ମୁକସାକ୍ଷୀ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri