Posted inଜାତୀୟ

ଏକନାଥ ଶିନ୍ଦେଙ୍କର ଉଦ୍ଧବ ଠାକରେଙ୍କ ଉପରେ ଆଉ ଏକ ‘ବାଉଂସର’, ମହା ବିକାଶ ଅଘାଡିର ୨୫ ନେତାଙ୍କ ହଟିଲା ସୁରକ୍ଷା

ମୁମ୍ବାଇ,୨୯ ।୧୦: କିଛି ଦିନର ନିରବତା ପରେ ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ହାଇ ଡ୍ରାମା ହେବାର ଅନୁମାନ କରାଯାଉଛି । ମହାରାଷ୍ଟ୍ର ସରକାର ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଥିବା ଶିବସେନା, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ଓ କଂଗ୍ରେସର ମହାବିକାଶ ଅଘାଡି(ଏନବିଏ) ମେଣ୍ଟର ୨୫ ନେତାଙ୍କ ସୁରକ୍ଷାକୁ ହଟାଇ ଦେଇଛନ୍ତି । ମହାରାଷ୍ଟ୍ର ସରକାରଙ୍କ ଜଣେ ଅଧିକାରୀ ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ସରକାରଙ୍କ ଏହି ପଦକ୍ଷେପ ପରେ ଉକ୍ତ ୨୫ ନେତାଙ୍କୁ ସେମାନଙ୍କ ଘରେ ଅବା ଏସକର୍ଟ ବାହାରେ ସ୍ଥାୟୀ ପୋଲିସ ସୁରକ୍ଷା ମିଳିବ ନାହିଁ ।
ଉକ୍ତ ଅଧିକାରୀଙ୍କ ସୂଚନା ଅନୁଯାୟୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ତାଙ୍କ ପରିବାରର ସୁରକ୍ଷା ପୂର୍ବଭଳି ବଳବତ୍ତର ରହିଛି । ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ସେହିପରି ଏନସିପି ଅଧ୍ୟକ୍ଷ ଶରଦ ପାୱାର ଓ ତାଙ୍କ ଝିଅ ଲୋକ ସଭା ଏମପି ସୁପ୍ରିୟା ସୁଲେଙ୍କ ସମେତ ତାଙ୍କ ପରିବାରର ସୁରକ୍ଷା ବ୍ୟବସ୍ଥା ପୂର୍ବପରି ରହିଛି । ହେଲେ ଜୟନ୍ତ ପାଟିଲ, ଛଗନ ଭୁଜବଳ ଓ ଜେଲରେ ଥିବା ଅନିଲ ଦେଶମୁଖଙ୍କ ଭଳି ନେତାଙ୍କର ସୁରକ୍ଷାକୁ ହଟାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri