Posted inଜାତୀୟ

ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ର ଭାଇରସ୍‌ର ପ୍ରକୋପ: ଜଣେ ଛାତ୍ରଙ୍କ ମୃତ୍ୟୁ ପରେ ଆଲର୍ଟରେ ସ୍ବାସ୍ଥ୍ୟବିଭାଗ

ମୁମ୍ବାଇ,୧୫।୩: ଅହମଦନଗରରେ ମାର୍ଚ୍ଚ ୧୪ରେ ଜଣେ ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ ଭାଇରସ୍‌ ଯୋଗୁ ପ୍ରଥମ ସନ୍ଦେହଜନକ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସେ ଉଭୟ କୋଭିଡ ଏବଂ ଏଚ୍‌୩ଏନ୍‌୨ ପଜିଟିଭ୍‌ ହୋଇଥିଲେ। ବର୍ତ୍ତମାନ ରିପୋର୍ଟ ଆସିବା ପରେ ହିଁ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ସୂଚନା ମୁତାବକ, ୨୩ ବର୍ଷୀୟ ଯୁବକ ଗତ ସପ୍ତାହରେ ସାଙ୍ଗମାନଙ୍କ ସହ ପିକ୍‌ନିକ୍‌ କରିବାକୁ କୋଣକନ୍‌ର ଆଲିବାଗକୁ ଯାଇଥିଲେ। ଫେରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବା ପରେ ଯାଞ୍ଚ କରିବାରୁ ସେ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ଅହମ୍ମଦନଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ଯୁବକଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ଯେ, ତାଙ୍କ ରକ୍ତରେ ଏଚ୍‌୩ଏନ୍‌୩ ଭାଇରସ୍‌ ମିଳିଥିଲା। କିନ୍ତୁ ଏ ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତତା କରାଯାଇନାହିଁ। ଅନ୍ୟପଟେ ଯୁବକଙ୍କ ମୃତ୍ୟୁ ପରେ ଅହମଦନଗରର ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri