Posted inଜାତୀୟ

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଆସନ ବଣ୍ଟନ ଉପରେ ଫର୍ମୁଲା ସ୍ଥିର, ଏତିକି ଆସନରେ ନିର୍ବାଚନ ଲଢିପାରନ୍ତି କଂଗ୍ରେସ-ଏନସିପି ସମେତ ୪ ଦଳ

ନୂଆଦିଲ୍ଲୀ,୯।୧: ଲୋକ ସଭା ନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି ଏବଂ ଇଣ୍ଡିଆ ମେଣ୍ଟ ମଧ୍ୟ ଆସନ ବାଣ୍ଟିବା କାମ ଆରମ୍ଭ କରିଦେଇଛି। ଏହି କ୍ରମରେ ମହାରାଷ୍ଟ୍ରକୁ ନେଇ ଇଣ୍ଡିଆ ଆଲାଇନ୍ସ ରଣନୀତି ପ୍ରସ୍ତୁତ କରିଛି ଏବଂ ସିଟ ବାଣ୍ଟିବା ପାଇଁ ଏକ ସମ୍ଭାବ୍ୟ ଫର୍ମୁଲା ସ୍ଥିର କରାଯାଇଛି। ଏହା ଅଧୀନରେ କେଉଁ କେଉଁ ଦଳ କେତେ ଆସନରେ ନିର୍ବାଚନ ଲଡିବାକୁ ଯାଉଛନ୍ତି ତାହା କୁହାଯାଇଛି। ମହାରାଷ୍ଟ୍ରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଇଣ୍ଡିଆ ଆଲାଇନ୍ସର ଚାରିଟି ଦଳ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।

ମହାରାଷ୍ଟ୍ରରେ ୪୮ ଟି ଲୋକ ସଭା ଆସନ ଅଛି। କଂଗ୍ରେସ, ଶିବସେନା (ୟୁବିଟି), ଏନସିପି (ଶରଦ ପାୱାର ଦଳ) ଏବଂ ବଞ୍ଚିତ ବହୁଜନ ଅଗାଡି ଏହି ଚାରିଟି ଦଳ ଯିଏକି ଇଣ୍ଡିଆ ମେଣ୍ଟ ପକ୍ଷରୁ ନିର୍ବାଚନରେ ଭାଗ ନେବେ। ମହାରାଷ୍ଟ୍ରରେ ସମ୍ଭାବ୍ୟ ଆସନ ବଣ୍ଟନର ସମ୍ଭାବ୍ୟ ଫର୍ମୁଲା ଅନୁଯାୟୀ କଂଗ୍ରେସ ୨୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି। ଶିବସେନା (ୟୁବିଟି)କୁ ମଧ୍ୟ ୨୦ ଟି ଆସନ ଦିଆଯିବାକୁ ଥିବାବେଳେ ଏନସିପି (ଶରଦ ପାୱାର) ଦଳ ୬ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସୁଯୋଗ ପାଇବେ। ଏହା ବ୍ୟତୀତ ବଞ୍ଚିତ ବହୁଜନ ଅଗାଡି ୨ଟି ଆସନରେ ନିର୍ବାଚନ ଲଢିବେ।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri