Posted inଜାତୀୟ

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ ବିରୋଧୀ ମେଣ୍ଟ ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ଏଥିସହିତ କେରଳର ଓ୍ବାୟନାଡ ଲୋକ ସଭା ଆସନ ସମେତ ବିଭିନ୍ନ ରାଜ୍ୟର ୪୬ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ମଧ୍ୟ ଶନିବାର ଆସିବ। ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ଲାଗି ନଭେମ୍ବର ୧୩ ଏବଂ ୨୦ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା (ଜେଏମ୍‌ଏମ୍‌) ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସେଠାରେ କ୍ଷମତା ବଜାୟ ରଖିବା ପାଇଁ ଲକ୍ଷ୍ୟ ରଖିଥିବାବେଳେ ଭାଜପା ପୁଣିଥରେ କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି। ଝାଡ଼ଖଣ୍ଡରେ ୬୮.୯୫ ପ୍ରତିଶତ ମତଦାନ ହୋଇଥିଲା।
ସେହିପରି ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦ ତାରିଖରେ ମତଦାନ ହୋଇଥିଲା। ସେଠାରେ ଶାସକ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ଏବଂ ବିରୋଧୀ ମହା ବିକାଶ ଅଘାଡ଼ି ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ସେଠାରେ ମତଦାନ ହାର ୬୬.୦୫ ରହିଛି। ଭାଜପା, ଶିବସେନା (ଏକନାଥ ଶିନ୍ଦେ ଗୋଷ୍ଠୀ) ଏବଂ ଅଜିତ ପାଓ୍ବାରଙ୍କ ଏନ୍‌ସିପିକୁ ନେଇ ଗଠିତ ମହାୟୁତି ମେଣ୍ଟକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ ବୋଲି ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ବାହୁଡ଼ା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଅନ୍ୟପକ୍ଷରେ କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନ୍‌ସିପି(ଏସ୍‌ପି)କୁ ନେଇ ଗଠିତ ମହାବିକାଶ ଅଘାଡ଼ି କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି। ଶନିବାର ପୂର୍ବାହ୍ନ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା କରାଯିବା ପରେ ୮ଟା ୩୦ରୁ ଇଭିଏମ୍‌ଗୁଡ଼ିକର ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri