ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ କ’ଣ କହୁଛି ଏହି ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ….

ଚାଣକ୍ୟ ଷ୍ଟ୍ରାଟେଟିଜ୍‌ ଏକ୍‌ଜିଟ୍‌ ପୋଲ୍‌ ମହାୟୁତି ପ୍ରତ୍ୟାବର୍ତ୍ତନକୁ ଦର୍ଶାଉଛି। ଏକ୍‌ଜିଟ୍‌ ସର୍ଭେ ଅନୁଯାୟୀ ଭାଜପା ସହଯୋଗୀ ଦଳ ୧୫୨-୧୬୦ ସିଟ୍‌ ପାଇବ। କଂଗ୍ରେସ ମିଳିତ ମେଣ୍ଟ ୧୩୦-୧୩୮ ସିଟ୍‌ ପାଇବ ବୋଲି ଆଶା କରାଯାଉଛି।
ସେହିପରି ମାଟ୍ରିଜ୍‌ କରିଥିବା ଏକ୍‌ଜିଟ ପୋଲ୍‌ରେ କୁହାଯାଇଛି ଯେ,ଭାଜପା ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାଓ୍ବାରଙ୍କ ଏନ୍‌ସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଗାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।

ମହାରାଷ୍ଟ୍ରରେ ଭାଜପା ଏକାକୀ ୮୯ରୁ ୧୦୧ ଆସନ ପାଇବ, କଂଗ୍ରେସ ୩୯ରୁ ୪୭, ଶିବସେନା ୩୭ରୁ ୪୫, ଏନ୍‌ସିପି(ଶରଦ ପାଓ୍ବାର) ୩୫ରୁ ୪୩, ଶିବସେନା(ଉଦ୍ଧବ ଠାକ୍‌ରେ) ୨୧ରୁ ୨୯ ଓ ଏନ୍‌ସିପି(ଅଜିତ ପାଓ୍ବାର)ଙ୍କ ଦଳ ୧୭ରୁ ୨୬ଟି ଆସନ ଜିତିବ।

ପିଏମ୍‌ଆର୍‌କ୍ୟୁ ଏକ୍‌ଜିଟ୍‌ ପୋଲରେ କୁହାଯାଇଛି, ଭାଜପା ମେଣ୍ଟ ୧୩୭ରୁ ୧୫୭, ଏମ୍‌ଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।

ସେହିପରି ଝାଡ଼ଖଣ୍ଡରେ ଏନ୍‌ଡିଏ ଆଗରେ ଥିବା ଏକ୍‌ଜିଟ ପୋଲ୍‌ରେ ଆକଳନ କରାଯାଇଛି। ମାଟ୍ରିଜ୍‌ ଏକ୍‌ଜିଟ୍‌ ପୋଲ୍‌ରେ ଝାଡ଼ଖଣ୍ଡରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ୪୨ରୁ ୪୭ଟି ସିଟ୍‌ ମିଳିବା ସମ୍ଭାବନା ରହିଛି। ସେହିପରି ମହାଗଠନବନ୍ଧନକୁ ୨୫ରୁ ୩୦ ଆସନ ମିଳିପାରେ। ଅନ୍ୟାନ୍ୟ ଦଳ ୧ରୁ ୪ଟି ଆସନ ପାଇପାରନ୍ତି।

ବିଭିନ୍ନ ଏକ୍‌ଜିଟ୍‌ ପୋଲର ଆକଳନ ଦେଖିଲେ ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ମହାୟୁତି ପୁଣି ସରକାର ଗଠନ କରିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ହେଉଛି ୧୪୫। ଆସନ୍ତା ୨୩ ତାରିଖରେ ଭୋଟ୍‌ ଗଣତି ସହ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri