ସରିଲା ଭୋଟ୍‌, ଆସିଲା ମହାରାଷ୍ଟ୍ର-ଝାଡ଼ଖଣ୍ଡର ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ସରକାର ଗଢ଼ିବ…

ମୁମ୍ବାଇ/ରାଞ୍ଚି,୨୦ା୧୧: ଇତିମଧ୍ୟରେ ବୁଧବାର ମହାରାଷ୍ଟ୍ର ଓ ଝାଡ଼ଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ମତଦାନ ଶେଷ ହୋଇଛି। ମତଦାନ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ ମଧ୍ୟ ସାମ୍ନାକୁ ଆସିଛି। ତେବେ ଜାଣନ୍ତୁ କ’ଣ କହୁଛି ଏହି ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ….

ଚାଣକ୍ୟ ଷ୍ଟ୍ରାଟେଟିଜ୍‌ ଏକ୍‌ଜିଟ୍‌ ପୋଲ୍‌ ମହାୟୁତି ପ୍ରତ୍ୟାବର୍ତ୍ତନକୁ ଦର୍ଶାଉଛି। ଏକ୍‌ଜିଟ୍‌ ସର୍ଭେ ଅନୁଯାୟୀ ଭାଜପା ସହଯୋଗୀ ଦଳ ୧୫୨-୧୬୦ ସିଟ୍‌ ପାଇବ। କଂଗ୍ରେସ ମିଳିତ ମେଣ୍ଟ ୧୩୦-୧୩୮ ସିଟ୍‌ ପାଇବ ବୋଲି ଆଶା କରାଯାଉଛି।
ସେହିପରି ମାଟ୍ରିଜ୍‌ କରିଥିବା ଏକ୍‌ଜିଟ ପୋଲ୍‌ରେ କୁହାଯାଇଛି ଯେ,ଭାଜପା ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାଓ୍ବାରଙ୍କ ଏନ୍‌ସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଗାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।

ମହାରାଷ୍ଟ୍ରରେ ଭାଜପା ଏକାକୀ ୮୯ରୁ ୧୦୧ ଆସନ ପାଇବ, କଂଗ୍ରେସ ୩୯ରୁ ୪୭, ଶିବସେନା ୩୭ରୁ ୪୫, ଏନ୍‌ସିପି(ଶରଦ ପାଓ୍ବାର) ୩୫ରୁ ୪୩, ଶିବସେନା(ଉଦ୍ଧବ ଠାକ୍‌ରେ) ୨୧ରୁ ୨୯ ଓ ଏନ୍‌ସିପି(ଅଜିତ ପାଓ୍ବାର)ଙ୍କ ଦଳ ୧୭ରୁ ୨୬ଟି ଆସନ ଜିତିବ।

ପିଏମ୍‌ଆର୍‌କ୍ୟୁ ଏକ୍‌ଜିଟ୍‌ ପୋଲରେ କୁହାଯାଇଛି, ଭାଜପା ମେଣ୍ଟ ୧୩୭ରୁ ୧୫୭, ଏମ୍‌ଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।

ସେହିପରି ଝାଡ଼ଖଣ୍ଡରେ ଏନ୍‌ଡିଏ ଆଗରେ ଥିବା ଏକ୍‌ଜିଟ ପୋଲ୍‌ରେ ଆକଳନ କରାଯାଇଛି। ମାଟ୍ରିଜ୍‌ ଏକ୍‌ଜିଟ୍‌ ପୋଲ୍‌ରେ ଝାଡ଼ଖଣ୍ଡରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ୪୨ରୁ ୪୭ଟି ସିଟ୍‌ ମିଳିବା ସମ୍ଭାବନା ରହିଛି। ସେହିପରି ମହାଗଠନବନ୍ଧନକୁ ୨୫ରୁ ୩୦ ଆସନ ମିଳିପାରେ। ଅନ୍ୟାନ୍ୟ ଦଳ ୧ରୁ ୪ଟି ଆସନ ପାଇପାରନ୍ତି।

ବିଭିନ୍ନ ଏକ୍‌ଜିଟ୍‌ ପୋଲର ଆକଳନ ଦେଖିଲେ ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ମହାୟୁତି ପୁଣି ସରକାର ଗଠନ କରିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ହେଉଛି ୧୪୫। ଆସନ୍ତା ୨୩ ତାରିଖରେ ଭୋଟ୍‌ ଗଣତି ସହ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri