ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍ ଦ୍ବାରା ବାଘକୁ ଅଣାଯାଇଥିଲା ବେଳେ ଏହାକୁ ଶିମିଳିପାଳ କୋର୍ ଏରିଆରେ ଛଡ଼ାଯିବ।

୨୦୨୪ ମସିହାରେ କରାଯାଇଥିବା ରାଜ୍ୟ ସ୍ତରୀୟ ବାଘ ଜନଗଣନା ଅନୁଯାୟୀ, ଓଡିଶାରେ ସମୁଦାୟ ୨୭ ଟି ରୟାଲ ବେଙ୍ଗଲ ବାଘ ଦେଖିବାକୁ ମିଳିଥିଲା, ସେଥିମଧ୍ୟରୁ ୨୪ ଟି ଶିମିଳିପାଳ ଟାଇଗର ରିଜର୍ଭରେ, ଗୋଟିଏ କେନ୍ଦୁଝର ୱାଇଲ୍ଡ ଲାଇଫ ଡିଭିଜନରେ, ଗୋଟିଏ ପାରଳାଖେମୁଣ୍ଡି ଏବଂ ଗୋଟିଏ ହୀରାକୁଦ ୱାଇଲ୍ଡ ଲାଇଫ ଡିଭିଜନରେ ଦେଖିବାକୁ ମିଳିଥିଲା। ଏହି ପୃଥକ ଭାବରେ, ଗଣନା ସମୟରେ ଶିମିଳିପାଳରେ ୮ ଟି ବେଙ୍ଗଲ ଟାଇଗର ଛୁଆ ଦେଖାଯାଇଥିଲେ।

ଏସବୁ ମଧ୍ୟରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଓଡ଼ିଶା ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ଦେଇଥିବା ସୂଚନା ଅନୁଯାୟୀ ଗତ ୧୦ ବର୍ଷ ମଧ୍ୟରେ ୭ ଟି ରୟାଲ ବେଙ୍ଗଲ ଟାଇଗର ସମେତ ଓଡିଶା ୫୫ ଟି ବାଘ ହରାଇଛନ୍ତି।

ତେବେ ସବୁଠୁ ସାଙ୍ଘାତିକ ଘଟଣା ହେଉଛି ୨୩ ଟି ବାଘଙ୍କୁ କେବଳ ଶିକାରୀ ହତ୍ୟା କରିଛନ୍ତି। ୪ ଟି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜୀବନ ହରାଇଥିବା ବେଳେ ୨ ଟ୍ରେନ୍ ଦୁର୍ଘଟଣାରେ, ୩ ଟି ସଡକ ଦୁର୍ଘଟଣାରେ, ୬ ଟି ପାଣିରେ ବୁଡି ଏବଂ ପରସ୍ପର ମଧ୍ୟରେ ଲଢେଇ ଲାଗି ମୃତ୍ୟୁ ମୁଖରେ ପଡ଼ିଥିଲେ। ସେହିଭଳି ୫ ଟି ରୋଗରେ ଆକ୍ରାନ୍ତ ହୋଇ, ୫ ଟି ବୃଦ୍ଧାବସ୍ଥାରେ ମୃତ୍ୟୁ ବରଣ କରିଥିବା ବେଳେ ଅଜଣା କାରଣରୁ ୭ ଟି ମୃତ୍ୟୁ ବରଣ କରିଥିବା ସେ ସ୍ପଷ୍ଟ କରିଛନ୍ତି।

ଏହି ସମୟ ମଧ୍ୟରେ ସମୁଦାୟ ୭ ଟି ରୟାଲ ବେଙ୍ଗଲ ଟାଇଗରଙ୍କର ମୃତ୍ୟୁ ଘଟିଥିଲା, ସେଥିମଧ୍ୟରୁ ଗୋଟିଏ ବାଲାଙ୍ଗୀର ଜଙ୍ଗଲ ବିଭାଗରେ (୨୦୧୬-୧୭), ଗୋଟିଏ ଶିମିଳିପାଳ ଦକ୍ଷିଣ ବିଭାଗରେ (୨୦୧୭-୧୮), ଗୋଟିଏ ବରଗଡ ଜଙ୍ଗଲ ବିଭାଗରେ (୨୦୧୮-୧୯), ଗୋଟିଏ ସାତକୋଶିଆରେ (୨୦୧୮-୧୯), ୨୦୨୨-୨୩ ରେ ଏବଂ ୨୦୨୩-୨୪ ରେ ଶିମିଳିପାଳ ଦକ୍ଷିଣ ଅଂଚଳରେ ଦୁଇଟି ମୃତ୍ୟୁ ବରଣ କରିଥିଲେ।

ଗୃହରେ ମନ୍ତ୍ରୀଙ୍କ ବିବୃତ୍ତି ଅନୁଯାୟୀ, ୨୦୦୦ ମସିହାରେ ଓଡ଼ିଶାରେ ବାଘ ଜନଗଣନା କରାଯାଇ ନଥିଲା। ୨୦୦୨ ମସିହାରେ କରାଯାଇଥିବା ଜନଗଣନା ଅନୁଯାୟୀ ପଗମାର୍କ ପ୍ରଣାଳୀ ଦ୍ୱାରା ୧୭୩ ଟି ରୟାଲ ବେଙ୍ଗଲ ଟାଇଗର ଓଡ଼ିଶାରେ ଥିବା ଜଣାପଡିଥିଲା।

୨୦୦୬ ମସିହାରେ ପ୍ରଥମ ଥର ପାଇଁ କ୍ୟାମେରା ଟ୍ରାପିଂ ପଦ୍ଧତି ବ୍ୟବହାର କରି ଦେଶବ୍ୟାପୀ ବାଘ ଜନଗଣନା କରାଯାଇଥିଲା। ଜନଗଣନା ଅନୁଯାୟୀ ଓଡିଶାରେ ସେତେବେଳେ ୪୫ ଟି ରୟାଲ ବେଙ୍ଗଲ ବାଘ ଥିଲେ।

ଗତ ଦଶ ବର୍ଷ ମଧ୍ୟରେ ଓଡ଼ିଶା ମଧ୍ୟପ୍ରଦେଶରୁ ଯୋଡ଼ିଏ ବେଙ୍ଗଲ ଟାଇଗର (୧ ପୁରୁଷ ଏବଂ ୧ ମହିଳା) ଆଣିଥିଲା। ତେବେ ଏହି ସମୟ ମଧ୍ୟରେ ଓଡିଶାରୁ ଅନ୍ୟ ରାଜ୍ୟକୁ କୌଣସି ବାଘ ସ୍ଥାନାନ୍ତର କରାଯାଇ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?