Posted inUncategorized

‘ଶିନ୍ଦେଙ୍କ ପୁଅକୁ ବଦ୍‌ନାମ କରୁଛନ୍ତି ସଞ୍ଚୟ ରାଉତ’

ପୁଣେ,୨୩।୨: ଶିବସେନା ନେତା ସଞ୍ଜୟ ରାଉତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପୁଅକୁ ବଦ୍‌ନାମ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ମହାରାଷ୍ଟ୍ର ସରକାରୀ ମନ୍ତ୍ରୀ ଶମ୍ଭୁରାଜ ଦେଶାଇ। ନିକଟରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ସଞ୍ଜୟ କହିଥିଲେ। ଏକନାଥ ଶିନ୍ଦେଙ୍କ ପୁଅ ତଥା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ତାଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିଥିବା ସେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ ସଞ୍ଜୟ ମଧ୍ୟ ମୁମ୍ବାଇ ପୋଲିସ କମିଶନରଙ୍କୁ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ଏନେଇ ଶମ୍ଭୁରାଜ କହିଛନ୍ତି,ଶ୍ରୀକାନ୍ତଙ୍କୁ ବଦନାମ କରିବା ପାଇଁ ଚେଷ୍ଟା ଚଲାଇଛନ୍ତି ସଞ୍ଜୟ। ଏଥିରେ ଆଦୌ ସଫଳ ହେବେ ନାହିଁ। ସେ ତାଙ୍କ ସୁରକ୍ଷା ବଢାଇବା ପାଇଁ ଏଭଳି ଅଭିଯୋଗ ଆଣୁଛନ୍ତି।
ସଞ୍ଜୟ ଲିଖିତ ଅଭିଯୋଗରେ କହିଛନ୍ତି, ଲୋକ ସଭା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ମୋତେ ହତ୍ୟା ପାଇଁ ଥାନେର ଅପରାଧୀ ରାଜା ଠାକୁରଙ୍କୁ ସୁପାରି ନେଇଛନ୍ତି। ସଞ୍ଜୟ ରାଉତ ତାଙ୍କ ଚିଠିର ଏକ ନକଲ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଥାନେ ପୋଲିସକୁ ମଧ୍ୟ ପଠାଇଛନ୍ତି। ଶ୍ରୀକାନ୍ତ ସିନ୍ଦେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପୁଅ ଏବଂ ବର୍ତ୍ତମାନ ଥାନେର କଲ୍ୟାଣରୁ ଏମ୍‌ପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବାରମ୍ବାର ବଳାତ୍କାର : ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡ

ବାଲେଶ୍ୱର,୨୫।୪(ମାନସ ବିଶ୍ୱାଳ): ବାଲେଶ୍ୱର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ରଞ୍ଜନ କୁମାର ସୂତାର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ...

ନିଜ ସ୍ତ୍ରୀ ଆଗରେ ମହିଳାଙ୍କୁ କଲେ ବଳାତ୍କାର, ନଗ୍ନ ଫଟୋ ଦେଖାଇ ଧର୍ମ ବଦଳାଇବାକୁ କଲେ ବ୍ଲାକମେଲ୍

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକରେ ୨୮ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ କିଛି ବ୍ୟକ୍ତି ତାଙ୍କ ନଗ୍ନ ଫଟୋ ଦେଖାଇ ବ୍ଲାକମେଲ ମାଧ୍ୟମରେ ଇସଲାମ ଧର୍ମ ଗ୍ରହଣ...

ଏମ୍ସ ଡାକ୍ତରଙ୍କ ସହ ୪୦ ମିନିଟ କଥା ହେଲେ କେଜରିଓ୍ବାଲ, ଉଠିଲା ନାହିଁ ଇନସୁଲିନ ପ୍ରସଙ୍ଗ!

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏଆଇଆଇଏମଏସର ବରିଷ୍ଠ ଡାକ୍ତରଙ୍କ ସହ ଭିଡିଓ ପରାମର୍ଶର ସୁବିଧା ଦିଆଯାଇଥିଲା। ଯେଉଁଥିରେ ତାଙ୍କୁ ନିଶ୍ଚିତ କରାଯାଇଥିଲା ଯେ ତାଙ୍କ...

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri