Posted inଜାତୀୟ

ଶକ୍ତି ଦେଖାଇଲେ ଶରଦ, କହିଲେ ଭାଜପାକୁ ତା’ର ସ୍ଥାନ ନିଶ୍ଚିତ ଦେଖାଇବି

ମୁମ୍ବାଇ,୩।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ର ନେତା ଶରଦ ପାଓ୍ବାର ତାଙ୍କର ଶକ୍ତି ଦେଖାଇଛନ୍ତି। ଅଜିତ ପାଓ୍ବାର ଏନସିପିରୁ ଅଲଗା ହେବାର ଗୋଟିଏ ଦିନ ପରେ ଶରଦ ସତାରାରେ ସମର୍ଥକଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଏନସିପି ନେତା କହିଛନ୍ତି, ଆଜି ଆମେ ସମସ୍ତେ ଏକଜୁଟ ହେବାର ସମୟ ଆସିଛି।

ପାୱାର ସୋମବାର ମହାରାଷ୍ଟ୍ରର ସତାରାରେ ପହଞ୍ଚି ଓ୍ବାଇ ବି ଚୌହାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସତାରାର କରାଡରେ ଥିବା ଓ୍ବାଇ ବି ଚୌହାନଙ୍କ ସ୍ମୃତିସ୍ଥଳରେ ପାର୍ଟି ସମର୍ଥକଙ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ବର୍ତ୍ତମାନ ଆମେ ସମସ୍ତେ ଏକଜୁଟ ହେବା ଆବଶ୍ୟକ। ଏହାପୂର୍ବରୁ ଶରଦ ପାୱାର ଏକ ରୋଡ ଶୋ କରି ନିଜର ଶକ୍ତି ପ୍ରଦର୍ଶନ କରିଥିଲେ।
ସେ କହିଛନ୍ତି, ମହାରାଷ୍ଟ୍ରକୁ ଜାତି ଓ ଧର୍ମ ନାମରେ ବିଭକ୍ତ କରାଯାଉଛି। ଧାର୍ମିକ ବିବାଦ ସୃଷ୍ଟି ହେଉଛି। ଆମେ ମହାରାଷ୍ଟ୍ରକୁ ମଜବୁତ କରିବୁ। ମହାରାଷ୍ଟ୍ରକୁ ଏହାର ଏକତା ଦେଖାଇବାକୁ ପଡ଼ିବ। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ଏନସିପି ମୁଖ୍ୟ କହିଛନ୍ତି, ଭାଜପା ସର୍ବଦା ଏହି ପ୍ରକାର ଖେଳ ଖେଳୁଛି। ତାକୁ ତା’ର ଉପଯୁକ୍ତ ସ୍ଥାନ ଦେଖାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri