Posted inଜାତୀୟ

ମୁଖ୍ୟମନ୍ତ୍ରୀ ନିବାସ ଛାଡିଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ହାଇଭୋଲଟେଜ ଡ୍ରାମା ବୁଧବାର ମଧ୍ୟ ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକମାନେ ସୁରତରୁ ଗୁଆହାଟୀରେ ପହଞ୍ଚିଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଯଦି ବିଦ୍ରୋହୀ ବିଧାୟକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି ନାହିଁ ତେବେ ସେ ତାଙ୍କ ପଦ ଛାଡିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି। ରାଜ୍ୟକୁ ସମ୍ବୋଧିତ କରିବାର କିଛି ସମୟ ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ନିବାସ ଛାଡି ମାତୋଶ୍ରୀ ଅଭିମୁଖେ ଯାଇଛନ୍ତି। ସେ ସାଙ୍ଗରେ ଲଗେଜ ମଧ୍ୟ ନେଉଛନ୍ତି। ଏଥିସହିତ ଶିବସେନା ସମର୍ଥକ ତାଙ୍କୁ ସମର୍ଥନ କରିବା ପାଇଁ ମାତୋଶ୍ରୀ ବାହାରେ ଏକାଠି ହୋଇଛନ୍ତି।
ସୂଚନାଯୋଗ୍ୟ, ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଦେଙ୍କ ସମର୍ଥନରେ ଦଳର ୩୦ ଜଣ ଓ ୪ ଜଣ ସ୍ବାଧୀନ ବିଧାୟକ ରହିଥିବା ଦାବି କରି ଗୋଟିଏ ଚିଠି ରାଜ୍ୟପାଳ ଭଗତ ସିଂହ କୋଶିୟାରୀଙ୍କ ପାଖକୁ ପଠାଯାଇଛି। ଏପରିକି ରାଜ୍ୟର ମୋଟ ୪୭ରୁ ଅଧିକ ବିଧାୟକଙ୍କ ସମର୍ଥନ ତାଙ୍କ ସହ ରହିଥିବା ସିନ୍ଦେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri