Posted inଜାତୀୟ

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଆସନ୍ତା କାଲି ହୋଇପାରେ ମହାରାଷ୍ଟ୍ର କ୍ୟାବିନେଟର ବୈଠକ

ମୁମ୍ବାଇ,୩।୭: ଏକନାଥ ଶିନ୍ଦେ ସରକାରଙ୍କ ୯ ନୂଆ ବିଧାୟକ ଶପଥ ଗ୍ରହଣ କରିବା ପରେ ଜୁଲାଇ ୪ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟର ବୈଠକ ହୋଇପାରେ ବୋଲି କୁହାଯାଉଛି। ଏହି ବୈଠକ ମନ୍ତ୍ରଣାଳୟରେ ହେବ।

ରାଜନୀତିର ଏହି ଛକାପଞ୍ଝା ଖେଳ ଭିତରେ ସୋମବାର ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନରଭେକର ଏବଂ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ମଧ୍ୟରେ ବୈଠକ ପ୍ରାୟ ୨୦ ମିନିଟ ଧରି ଚାଲିଥିଲା।
ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ରାଜନୈତିର ଧୁରନ୍ଧର ଅଜିତ ପାୱାର ଚାଚା ଶରଦ ପାୱାରଙ୍କୁ ଛାଡି ମହାରାଷ୍ଟ୍ରର ଭାଜପା-ଶିନ୍ଦେ ମେଣ୍ଟ ସରକାରରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବରେ ମଧ୍ୟ ଶପଥ ଗ୍ରହଣ କରିନେଲେଣି। ତାଙ୍କ ସହ ଆଉ ଆଠ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।
ଏନସିପିରୁ ବିଦ୍ରୋହ ପରେ ଅଜିତ ପାୱାର କହିଛନ୍ତି- ‘ଯଦି ଏନସିପି ଶିବସେନା ସହ ଯାଇପାରିବ ତେବେ ଭାଜପା ସହି କାହିଁକି ନୁହେଁ, ଦେଶର ବିକାଶ ପାଇଁ ସେ ଶିନ୍ଦେ ସରକାରରେ ଯୋଗ ଦେଇଥିବା କହିଛନ୍ତି। ବିରୋଧୀ ଦଳରେ କେହି ନାହାଁନ୍ତି ଯିଏ ଦେଶର ଭବିଷ୍ୟତ ବିଷୟରେ ଚିନ୍ତା କରୁଛନ୍ତି। ଆଗାମୀ ଦିନରେ ଆହୁରି ଅନେକ ଚେହେରା କ୍ୟାବିନେଟରେ ଯୋଗଦେବେ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗତ ୯ବର୍ଷ ମଧ୍ୟରେ ଦେଶ ଭଲ ଚାଲିଛି। ମୋଦିଙ୍କୁ ପରାସ୍ତ କରିବାକୁ ବିରୋଧୀ ଦଳ ଏକାଠି ହୋଇଛନ୍ତି କିନ୍ତୁ ସେମାନେ ମୋଦିଙ୍କୁ ପରାସ୍ତ କରିବାରେ ଅସମର୍ଥ ବୋଲି ମତ ରଖିଛନ୍ତି ଅଜିତ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?