Posted inଜାତୀୟ

ଏମ୍‌ଭିଏରେ କୌଣସି ଦ୍ୱନ୍ଦ୍ୱ ନାହିଁ: ସ୍ପଷ୍ଟ କଲେ ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୪।୮: ପୁଣେରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ପୁତୁରା ଅଜିତ ପାୱାରଙ୍କ ସହ ସାକ୍ଷାତକୁ ନେଇ ମହା ବିକାଶ ଅଗାଡି (ଏମ୍‌ଭିଏ)ରେ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସଭାପତି ଶରଦ ପାୱାର ସୋମବାର ସ୍ପଷ୍ଟ କରିଛନ୍ତି। ପାୱାର ବାରାମତିିରେ କହିଛନ୍ତି ଯେ, ଏମ୍‌ଭିଏ ଏକଜୁଟ ଅଛି। ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ପରବର୍ତ୍ତୀ ବୈଠକ ସଫଳତାର ସହିତ ଆୟୋଜିତ ହେବ।
ଏହାପୂର୍ବରୁ ପୁଣେରେ ଶରଦ ପାୱାର ଏବଂ ଏନସିପିର ବିଦ୍ରୋହୀ ଦଳର ନେତା ଅଜିତ ପାୱାରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତି ସରଗରମ ହୋଇଥିଲା। ଏମ୍‌ଭିଏର ଅଂଶବିଶେଷ ଥିବା କଂଗ୍ରେସ ଏବଂ ଶିବସେନା-ଉଦ୍ଧବ ବାଲାସାହେବ ଠାକରେ (ଶିବସେନା-ୟୁବିଟି) ଦାଦା ଏବଂ ପୁତୁରାଙ୍କ ମଧ୍ୟରେ ହୋଇଥିବା ଏହି ବୈଠକକୁ ନେଇ ଦ୍ୱନ୍ଦ୍ୱ ଦୂର କରିବାକୁ ଏନସିପି ମୁଖ୍ୟଙ୍କୁ କହିଥିଲେ।
ସୂଚନାନୁସାରେ, ଶନିବାର ପୁଣେରେ ଜଣେ ବ୍ୟବସାୟୀଙ୍କ ବାସଭବନରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କୁ ଭେଟିଥିଲେ। ଏହାପୂର୍ବରୁ ଗତ ମାସରେ ମହାରାଷ୍ଟ୍ରରେ ଅଜିତ ପାୱାର ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ସେ ଶିବସେନା-ଭାଜପା ସରକାରରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଅଜିତ ପାୱାରଙ୍କ ସହ ତାଙ୍କୁ ସମର୍ଥନ କରୁଥିବା ଆଠ ଜଣ ଏନସିପି ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri