Posted inଜାତୀୟ

ସଙ୍କଟରେ ଉଦ୍ଧବ ସରକାର: ଡାକିଲେ ବିଧାୟକ ଦଳର ଜରୁରୀ ବୈଠକ

ମୁମ୍ବାଇ,୨୧।୬: ପୁଣି ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀ ଏକନାଥ ସିନ୍ଦେ ସୋମବାର ସାଠାରୁ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ନାହାଁନ୍ତି। ଶିବସେନା ସହ ତାଙ୍କ ମତଭେଦ ଥିବା କୁହାଯାଉଛି। ସୂଚନାନୁସାରେ, ସିନ୍ଦେ ଗୁଜରାଟର ସୁରଟରେ ଥିବା ଏକ ହୋଟେଲରେ ୧୧ ଜଣ ବିଧାୟକଙ୍କ ସହ ଅଛନ୍ତି। ସିନ୍ଦେଙ୍କ ଏହି ପଦକ୍ଷେପ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଚିନ୍ତା ବଢାଇ ଦେଇଛି। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଦିନ ୧୨ଟାରେ ଶିବସେନା ବିଧାୟକଙ୍କ ଏକ ଜରୁରୀ ବୈଠକ ଡାକିଛନ୍ତି।
ଏକନାଥ ସିନ୍ଦେ ଶିବସେନାର ଜଣେ ବଡ଼ ନେତା। ସୋମବାର ଅନୁଷ୍ଠିତ ଏମଏଲସି ନିର୍ବାଚନରେ ଶିବସେନାର ୧୧ ଭୋଟ ଭାଙ୍ଗି ଭାଜପା ପ୍ରାର୍ଥୀ ପ୍ରସାଦ ଲାଡ ବିଜୟୀ ହୋଇଥିଲେ। ଏହାପରଠାରୁ ସିନ୍ଦେ ଏବଂ ତାଙ୍କ ସମର୍ଥକମାନଙ୍କ ସହ ଗୁଜରାଟ ପଳାଇଛନ୍ତି। ସିନ୍ଦେ ଏବେ ସୁରଟର ଗ୍ରାଣ୍ଡ ଭଗବତୀ ହୋଟେଲରେ ରହିଛନ୍ତି।
ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ଭାଜପାର ଚାରି ପ୍ରାର୍ଥୀ ଏବଂ ତଥା ଶାସକ ଦଳର ସହଯୋଗୀ ଶିବସେନା ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଦୁଇ ଜଣ ଲେଖାଏ ପ୍ରାର୍ଥୀ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri