Posted inଜାତୀୟ

ସିବିଆଇକୁ ମହାରାଷ୍ଟ୍ର ମନା

ମୁମ୍ବାଇ,୨୨ା୧୦: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏଣିକି ମହାରାଷ୍ଟ୍ର ସରକାରଙ୍କ ବିନା ଅନୁମତିରେ ରାଜ୍ୟକୁ ଯାଇ କୌଣସି ମାମଲାର ତଦନ୍ତ କରିପାରିବ ନାହିଁ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ସିବିଆଇର ବାଟ ବନ୍ଦ କରିଦେଇଛନ୍ତି।
ମହାରାଷ୍ଟ୍ରର ମହାବିକାଶ ଅଘାଡ଼ି ସରକାର ରାଜ୍ୟରେ ମାମଲାଗୁଡ଼ିକର ତଦନ୍ତ ପାଇଁ ସିବିଆଇକୁ ଦିଆଯାଇଥିବା ସାଧାରଣ ସହମତି (ଜେନେରାଲ କନ୍‌ସେଣ୍ଟ)କୁ ପ୍ରତ୍ୟାହାର କରିନେଇଛନ୍ତି। ଉତ୍ତରପ୍ରଦେଶ ପୋଲିସ ପକ୍ଷରୁ ରୁଜୁ କରାଯାଇଥିବା ମାମଲା ଆଧାରରେ ମଙ୍ଗଳବାର ସିବିଆଇ ଟିଆର୍‌ପି ସ୍କାମ୍‌କୁ ନେଇ ଏକ ମାମଲା ଦାଏର କରିଥିଲା। ମୁମ୍ବାଇରେ ମୁଖ୍ୟାଳୟ ଥିବା ରିପବ୍ଲିକ୍‌ ଟିଭିକୁ ଏହି ମାମଲାରେ ଅନ୍ୟତମ ଅଭିଯୁକ୍ତ ଦର୍ଶାଯାଇଛି। ପୂର୍ବରୁ ଏକ ବିଜ୍ଞାପନ କମ୍ପାନୀର ପ୍ରମୋଟରଙ୍କ ପକ୍ଷରୁ ଲକ୍ଷ୍ନୌର ହଜରତଗଞ୍ଜ ଥାନାରେ ଟିଆର୍‌ପି ମାମଲା ଦାଏର କରାଯାଇଥିବାବେଳେ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଏହାକୁ ସିବିଆଇକୁ ହସ୍ତାନ୍ତର କରିଛନ୍ତି। କେତେକ ନିର୍ଦ୍ଦିଷ୍ଟ ଚ୍ୟାନେଲ ବିଜ୍ଞାପନଦାତାଙ୍କୁ ପ୍ରଲୋଭିତ କରିବା ପାଇଁ ଟଙ୍କା ଖର୍ଚ୍ଚ କରି ଟିଆର୍‌ପିରେ ହେରଫେର କରିଥିବା ସାମ୍ନାକୁ ଆସିବା ପରେ ବ୍ରଡ୍‌କାଷ୍ଟ ଅଡିଆନ୍ସ ରିସର୍ଚ୍ଚ କାଉନ୍ସିଲ (ବିଏଆର୍‌ସି) ଥାନାରେ ଅଭିଯୋଗ କରିଥିଲା। ମୁମ୍ବାଇ ପୋଲିସ କମିଶନର ପରମବୀର ସିଂ ଏକ ଖବରଦାତା ସମ୍ମିଳନୀ କରି ରିପବ୍ଲିକ୍‌ ଟିଭି ସମେତ ୩ ଟିଭି ଚ୍ୟାନେଲ ଟିଆର୍‌ପି ସ୍କାମରେ ସମ୍ପୃକ୍ତ ଥିବା ସୂଚନା ଦେଇଥିଲେ।
ସୂଚନାଯୋଗ୍ୟ ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିବାବେଳେ ମଧ୍ୟ ସିବିଆଇକୁ ଦିଆଯାଇଥିବା ସାଧାରଣ ସହମତିକୁ ପ୍ରତ୍ୟାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri