Posted inଜାତୀୟ

ଗୋଟିଏ ପରିବାରର ୯ ସଦସ୍ୟ ମୃତ୍ୟୁ ମାମଲାରେ ଚାଞ୍ଚଲ୍ୟକର ଖୁଲାସା

ପୁଣେ,୨୮।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟଣାର ତଦନ୍ତରୁ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ପରିବାର ଲୋକ ଆତ୍ମହତ୍ୟା କରି ନ ଥିଲେ, ବରଂ ତାନ୍ତ୍ରିକ ଅବ୍ବାସ ମହମ୍ମଦ ଅଲି ଏହି ଘଟଣାର ଘଟାଇଥିଲେ। ପୋଲିସର ସୂଚନାନୁସାରେ, ତାନ୍ତ୍ରିକ ପରିବାର ସଦସ୍ୟଙ୍କୁ ଚା’ରେ ବିଷ ମିଶାଇ ପିଆଇଥିଲେ। ଫଳରେ ପରିବାର ସଦସ୍ୟ ଜଣଙ୍କ ପରେ ଜଣେ ମୃତ୍ୟୁବରଣ କରିଥିଲେ। ପୂର୍ବରୁ ଏହାକୁ ଋଣ ଭାର ଯୋଗୁ ଆତ୍ମହତ୍ୟା କୁହାଯାଉଥିଲା। ଏବେ ଏହି ଘଟଣା ଆତ୍ମହତ୍ୟା ପରିବର୍ତ୍ତେ ଏକ ହତ୍ୟାକାଣ୍ଡରେ ପରିଣତ ହୋଇଛି। ପୋଲିସ ତାନ୍ତ୍ରିକ ଅବ୍ବାସ ଏବଂ ତାଙ୍କ ଡ୍ରାଇଭରକୁ ଗିରଫ କରିଛି। ଏହି ହତ୍ୟାକାଣ୍ଡର ଖୁଲାସା ବେଳେ କୋଲହାପୁର ରେଞ୍ଜ ଆଇଜି ମନୋଜ କୁମାର ଲୋହିଆ ଏହି ସୂଚନା ଦେଇଛନ୍ତି।
ପୋଲିସର ସୂଚନାନୁସାରେ, ଅବ୍ବାସ ଏବଂ ତାଙ୍କ ସହଯୋଗୀ ଡ୍ରାଇଭର ଜୁନ ୨୦ରେ ମଇସାଲ ଗାଁରେ ଥିବା ଦୁଇ ଭାଇଙ୍କ ପରିବାରକୁ ଧ୍ୱଂସ କରିବାର ଏହି ଜଘନ୍ୟ କାଣ୍ଡ କରିଥିଲେ। ପୂର୍ବରୁ ଗୁପ୍ତଧନ ଖୋଜିବା ବାହାନାରେ ତାନ୍ତ୍ରିକ ସମ୍ପୃକ୍ତ ପରିବାରଠାରୁ ପ୍ରାୟ ୧ କୋଟି ଟଙ୍କା ଠକି ନେଇଥିଲେ। ଦୁଇ ଭାଇଙ୍କ ଘରେ ନଅ ଜଣଙ୍କ ମୃତଦେହ ମିଳିବା ପରେ ସାରା ଦେଶରେ ଚହଳ ସୃଷ୍ଟି ହୋଇଥିଲା। ମୃତକଙ୍କ ମଧ୍ୟରେ ଜଣେ ଶିକ୍ଷକ ଏବଂ ଅନ୍ୟଟି ପ୍ରାଣୀ ଚିକିତ୍ସକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri