Posted inଖେଳ

ମହାରାଷ୍ଟ୍ର ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୬।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍‌ ଷ୍ଟାଡିୟମରେ କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍‌ ଓ ଇନ୍‌ଡୋର କ୍ରୀଡ଼ା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମହାରାଷ୍ଟ୍ର ଦଳଗତ ଚାମ୍ପିୟନ ହୋଇଥିବାବେଳେ କେରଳର କ୍ଲିମେଣ୍ଟ ଅଗଷ୍ଟିନ ଓ ତାମିଲନାଡ଼ୁର ପି. ଶିବକୁମାର ପୁରୁଷ ବିଭାଗରେ ଯୁଗ୍ମ ବିଜେତା ହୋଇଛନ୍ତି।

ସେହିପରି ମହାରାଷ୍ଟ୍ରର ରାଧିକା ଗୁପ୍ତା ମହିଳା ବିଭାଗର ବିଜେତା ହୋଇଛନ୍ତି। ଉଦ୍‌ଯାପନୀ ଉତ୍ସବରେ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ କେନ୍ଦ୍ରୀୟ ଆୟୁକ୍ତ ଓଡ଼ିଶା ପ୍ରଭାରୀ ପି. ବୀରଭଦ୍ର ସ୍ବାମୀ, ଆଞ୍ଚଳିକ କମିଶନର-୧ ପି.ବି. ବର୍ମା, ଆଞ୍ଚଳିକ କମିଶନର-୨ ଗୌରବ ମହାନ୍ତି, ସହାୟକ କମିଶନର ସଞ୍ଜୟ କୁମାର ରଥ, କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ, ସହାୟକ କମିଶନର ମୌସୁମୀଲତା ପାଢ଼ୀ, ସୁବ୍ରତ ଦାସଏବଂ କେନ୍ଦ୍ରୀୟ ଖେଳ ପ୍ରୋତ୍ସାହନ (ସିଏସ୍‌ପିବି) ପକ୍ଷରୁ ବିକ୍ରମ ସିଂ ତୋମାର ପ୍ରମୁଖ ଅନ୍ୟତମ ଅତିଥିଭାବେ ଯୋଗ ଦେଇଥିଲେ। ପ୍ରତିଯୋଗିତାରେ ଓଡ଼ିଶା ଖେଳାଳିଙ୍କ ପ୍ରଦର୍ଶନ ମଧ୍ୟ ଭଲ ରହିଥିଲା।

ରାଜଶ୍ରୀ ଜେନା ଶଟ୍‌ପୁଟ୍‌ ମହିଳା ବର୍ଗରେ ସ୍ବର୍ଣ୍ଣ, କିରଣ ପ୍ରସାଦ ମଲିକ ପୁରୁଷ ବର୍ଗ ଲଙ୍ଗଜମ୍ପରେ ବ୍ରୋଞ୍ଜ, କିର୍ତ୍ତୀ ଚନ୍ଦ୍ର ପ୍ରଧାନ ପୁରୁଷ ବର୍ଗ ୧୫୦୦ ମିଟର ରେସ୍‌ରେ ବ୍ରୋଞ୍ଜ, ନ୍ୟୁଟନ ବେହେରା ପୁରୁଷ ୫୦ ମିଟର ଦିବ୍ୟାଙ୍ଗ ବର୍ଗରେ ବ୍ରୋଞ୍ଜ ଏବଂ ପ୍ରଶାନ୍ତ ବାରିକ ଓ ମାଧୁରୀ ବ୍ୟାଡ୍‌ମିଣ୍ଟନ ମିକ୍ସଡ ଡବଲ୍ସରେ ରନରଅପ୍‌ ବିବେଚିତ ହୋଇଥିଲେ। ଖୁବ୍‌ କମ୍‌ ସମୟ ମଧ୍ୟରେ ଆଞ୍ଚଳିକ ଭବିଷ୍ୟନିଧି କାର୍ଯ୍ୟାଳୟ ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିଥିବାରୁ ଅତିରିକ୍ତ କେନ୍ଦ୍ରୀୟ ଆୟୁକ୍ତ ପି. ବୀରଭଦ୍ର ସ୍ବାମୀ ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ସ୍ଥାନୀୟ ଆଞ୍ଚଳିକ କମିଶନର-୨ ଗୌରବ ମହାନ୍ତି ବିବରଣୀ ପାଠ କରିଥିବାବେଳେ ପ୍ରବର୍ତ୍ତନ ଅଧିକାରୀ ଅଲେଖ ଚନ୍ଦ୍ର ସାହୁ ଏବଂ ମୀନତି ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?