Posted inଜାତୀୟ

ସ୍ବାମୀଙ୍କ ସହ ଝଗଡା ହେବାରୁ ୬ ପିଲାଙ୍କୁ କୂଅରେ ଫିଙ୍ଗି ଦେଲେ ମହିଳା

ପୁଣେ,୩୧।୫: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଏକ ସାଧାରଣ କଥା। କିନ୍ତୁ ବେଳେବେଳେ ଏହି ଛୋଟ ଝଗଡା ଅତ୍ୟନ୍ତ ଗମ୍ଭୀର ହୋଇଯାଏ। ମହାରାଷ୍ଟ୍ରର ରାୟଗଡରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ସ୍ବାମୀଙ୍କ ସହ ଝଗଡା ହେବାରୁ ରାଗରେ ମହିଳା ଜଣକ ନିଜର ୬ ପିଲାଙ୍କୁ କୂଅରେ ଫିଙ୍ଗି ନିଜେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଏହି ଘଟଣାରେ ୬ ପିଲାଙ୍କର ମୃତ୍ୟୁ ଘଟିଛି।

ସୂଚନାନୁସାରେ, ଏହି ଘଟଣା ରାୟଗଡର ମହାଡ ତାଲୁକା ଅଞ୍ଚଳରେ ଘଟିଛି। ରୁନା ସାହାଣୀ ନାମ୍ନୀ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହ କିଛି ପ୍ରସଙ୍ଗରେ ଝଗଡା କରିଥିଲେ। ଝଗଡା ପରେ ରୁନା ଭୟଙ୍କର ପଦକ୍ଷେପ ସ୍ବରୂପ ପ୍ରଥମେ ତାଙ୍କର ୬ ପିଲାଙ୍କୁ କୂଅରେ ଫିଙ୍ଗିଦେଲେ ଏବଂ ପରେ ନିଜେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଯଦିଓ ଏହି ଘଟଣାରେ ରୁନା ମରଣ ମୁହଁରୁ ବର୍ତ୍ତି ଯାଇଥିଲେ କିନ୍ତୁ ତାଙ୍କର ୬ ସନ୍ତାନଙ୍କର ମୃତ୍ୟୁ ହୋଇଥିଲା।
ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଶିଶୁଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସ୍ଥାନୀୟ ବିଧାୟକ ଭରତ ଗୋଗାଭଲେ ଘଟଣାସ୍ଥଳକୁ ଯାଇ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ ଏବଂ ସମସ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ପରେ ଗାଁରେ ଶୋକର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri