Posted inଜାତୀୟ

ବ୍ଲାକମେଲ ସହି ନ ପାରି ଆତ୍ମହତ୍ୟା କଲେ ଅଭିନେତ୍ରୀ

ମୁମ୍ବାଇ,୨୭।୧୨: ଫେକ୍‌ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଧିକାରୀଙ୍କ ବ୍ଲାକମେଲ ସହି ନ ପାରି ଆତ୍ମହତ୍ୟା କରିଛନ୍ତି ଜଣେ ଅଭିନେତ୍ରୀ। ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ।

ଜଣେ ମହିଳା ତାଙ୍କ ଫ୍ଲାଟରେ ଆତ୍ମହତ୍ୟା କରିବାକୁ ଯାଉଥିବା ଗୁରୁବାର ଅମ୍ବୋଲି ଥାନାକୁ ଏକ ଫୋନ କଲ ଆସିଥିଲା। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବେଳକୁ ୨୮ ବର୍ଷୀୟା ମହିଳା ଆତ୍ମହତ୍ୟା କରି ସାରିଥିଲେ। ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଜବତ କରିଥିଲା ବୋଲି ପୋଲିସ ଅଧିକାରୀ କହିଛନ୍ତି।

“ଏହି ଘଟଣାର ତଦନ୍ତ କରିବା ପରେ ଜଣାପଡ଼ିଲା ଯେ, ଡିସେମ୍ବର ୨୦ ତାରିଖରେ ପୀଡ଼ିତା କିଛି ସାଙ୍ଗଙ୍କ ସହ ଏକ ଫାଇଭ ଷ୍ଟାର ହୋଟେଲକୁ ଯାଇଥିଲେ। ସେଠାରେ ପାର୍ଟି ଚାଲିଥିବା ବେଳେ ମିଛ ଏନ୍‌ସିବି ଅଧିକାରୀ ସେମାନଙ୍କୁ ଡ୍ରଗ୍ସ ସହ ଧରିଥିଲେ। ଏଫ୍‌ଆଇଆରରୁ ନା ହଟାଇବା ପାଇଁ ଦାବି କରିଥିଲେ ୨୦ ଲକ୍ଷ ଟଙ୍କା। ଦୁଇ ଅଭିଯୁକ୍ତ ଟଙ୍କା ପାଇଁ ବାରମ୍ବାର ଫୋନ କରିବାରୁ ମାନସିକ ଚାପରେ ପଡ଼ି ସେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ” ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ପୀଡ଼ିତାଙ୍କ ପ୍ରକୃତ ଘର ପଶ୍ଚିମବଙ୍ଗ। ସେ ଅଭିନେତ୍ରୀ ହେବା ପାଇଁ ସଂଘର୍ଷ କରୁଥିଲେ ଏବଂ ବଡ଼ ଘରେ ରହୁଥିଲେ। ଏହି ଘଟଣା ଉପରେ ଟୁଇଟ୍‌ କରିଛନ୍ତି ମହାରାଷ୍ଟ୍ରର ଏନ୍‌ସିପି ନେତା ନଓ୍ବାବ ମଲିକ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri