ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌ ଓ ଗାଡ଼ି ଯୋଗେ ଏହି ମହାବଳ ବାଘୁଣୀକୁ ସୁରକ୍ଷିତ ଭାବେ ଶିମିଳିପାଳରେ ପହଞ୍ଚାଯାଇଛି। ପ୍ରଥମ ବାଘୁଣୀ ‘ଯମୁନା’ ପରେ ଦ୍ୱିତୀୟ ବାଘୁଣୀ ‘ଗଙ୍ଗା’ର ଆଗମନକୁ ନେଇ ପ୍ରାଣୀପ୍ରେମୀମାନେ ଖୁସିବ୍ୟକ୍ତ କରିଛନ୍ତି।

ମହାବଳ ବାଘର ବଂଶ ବୃଦ୍ଧି ଲାଗି ଶିମିଳିପାଳ ଅଭୟାରଣ୍ୟ ପ୍ରକୃଷ୍ଟ ଅଞ୍ଚଳ । ବିସ୍ତୀର୍ଣ୍ଣ ଜଙ୍ଗଲ ଓ ପାହାଡ଼ିଆ ଅଞ୍ଚଳ ସାଙ୍ଗକୁ ଉତ୍ତମ ଜଳବାୟୁରେ ବାଘ ବଂଶବୃଦ୍ଧିକୁ ନେଇ ବନ ବିଭାଗ ପକ୍ଷରୁ ପ୍ରଚେଷ୍ଟା କରାଯାଉଛି। ଅନ୍ୟପକ୍ଷରେ ଦେଶରେ ବାଘ ସଂଖ୍ୟା ବୃଦ୍ଧି କ୍ଷେତ୍ରରେ ଶିମିଳିପାଳ ଅଭୟାରଣ୍ୟ ଉତ୍ତମ ସ୍ଥାନ ବୋଲି ଏନ୍‌ଟିସିଏ ରିପୋର୍ଟ ଦେଇଥିଲା। ଏହାକୁ ଭିତ୍ତିକରି ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଯମୁନାକୁ ଅଣାଯାଇ ଶିମିଳିପାଳ କୋର୍‌ ଅଞ୍ଚଳରେ ଛଡ଼ାଯାଇଥିଲା। ଯମୁନା ଆସିବାର ୧୯ଦିନ ପରେ ଗଙ୍ଗାକୁ ସ୍ବତନ୍ତ୍ର ଗାଡ଼ିରେ ଅଣାଯାଇ ଶିମିଳିପାଳ ଅଭୟାରଣ୍ୟର ଏକ ରେଞ୍ଜରେ ରଖାଯାଇଛି। ତା’ର ଚଳପ୍ରଚଳ ଓ ଖାଦ୍ୟ ଗ୍ରହଣ ପ୍ରକ୍ରିୟା ଅନୁଧ୍ୟାନ କରିବା ସହ ସ୍ବାସ୍ଥ୍ୟ ପରୀକ୍ଷା ପରେ ବିଭାଗୀୟ ନିର୍ଦ୍ଦେଶକ୍ରମେ କୋର୍‌ ଏରିଆରେ ଛଡ଼ାଯିବ। ଯମୁନା ଭଳି ଗଙ୍ଗା ଦେହରେ ମଧ୍ୟ ରେଡିଓ କଲାର ଲଗାଯାଇ ତା’ର ଗତିବିଧି ଟ୍ରାକିଂ କରାଯିବ ବୋଲି ବନ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri