କଂଗ୍ରେସର ବଡ଼ ଦାବି, ଏଠି ବଦଳିଯିବ ସରକାର !

ନୂଆଦିଲ୍ଲୀ, ୧୧।୬: ଲୋକସଭା ନିର୍ବାଚନ ଫଳାଫଳ ପରେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି କି, ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ପରେ ଏକନାଥ ଶିନ୍ଦେ ଗୋଷ୍ଠୀର ଶିବସେନା ଏବଂ ଅଜିତ୍‌ ପାୱାରଙ୍କ ଏନ୍‌ସିପିର ବିଧାୟକ ଦଳ ଛାଡ଼ିପାରନ୍ତି । ଏହାରି ମଧ୍ୟରେ କଂଗ୍ରେସ ଦଳ ନେତା ବିଜୟ ୱାଡେଟିୱାର୍  ଦାବି କରିଛନ୍ତି ଯେ ଶିନ୍ଦେ ଗୋଷ୍ଠୀ ଏବଂ ଅଜିତ୍‌ ପାୱାରଙ୍କ ଗୋଷ୍ଠୀର ୪୦ ଜଣ ବିଧାୟକ କଂଗ୍ରେସ ସହ ସମ୍ପର୍କରେ ରହିଛନ୍ତି । ଏହି ବିଧାୟକମାନେ ନିଜର ପୁରୁଣା ଦଳକୁ ଫେରିବାକୁ ଚାହୁଁଛନ୍ତି। ଲୋକସଭା ନିର୍ବାଚନ ଫଳ କହୁଛି ଯେ ଲୋକେ କେଉଁ ଦଳ ସମର୍ଥନରେ ଅଛନ୍ତି । ତେଣୁ ଲୋକଙ୍କ ସମର୍ଥନ ଦେଖି ବିଧାୟକମାନେ ମଧ୍ୟ ଦଳ ବଦଳାଇବାକୁ ଚାହୁଁଥିବା ସେ କହିଛନ୍ତି ।

ବିଧାନସଭାରେ ଏହି ନିର୍ବାଚନର ପ୍ରଭାବ ନିଶ୍ଚୟ ଦେଖିବାକୁ ମିଳିବ ବୋଲି କଂଗ୍ରେସର ଏହି ନେତା କହିଛନ୍ତି ଯେ, । ରାଜ୍ୟରେ ଶରଦ ପାୱାରଙ୍କ ଏନ୍‌ସିପି, ଉଦ୍ଧବଙ୍କ ଶିବସେନା ଏବଂ କଂଗ୍ରେସର ସରକାର ଗଠନ ହେବା ନେଇ ଆମର ଭରଷା ଅଛି। ବିଧାନସଭା ନିର୍ବାଚନରେ ରାଜ୍ୟରେ ପାଖାପାଖି ୧୫୦ ଆସନରେ ଆମେ ବିଜୟୀ ହେବୁ ବୋଲି ଲୋକସଭା ନିର୍ବାଚନର ଟ୍ରେଣ୍ଡ୍‌ କହୁଛି । ଅନ୍ୟଦଳମାନଙ୍କୁ ୧୩୦ ଆସନ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri