Posted inଜାତୀୟ

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ ଘୋଷଣା ହୋଇନାହିଁ। ସେପଟେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କଠାରୁ ଏକ ବଡ଼ ବୟାନ ଆସିଛି। ସେ କହିଛନ୍ତି ଯେ ଏକନାଥ ଶିନ୍ଦେଙ୍କୁ କେନ୍ଦ୍ରକୁ ଅଣାଯିବା ଉଚିତ୍‌। ଏକନାଥ ଶିନ୍ଦେ ମଙ୍ଗଳବାର ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ ଅଜିତ ପାୱାରଙ୍କ ଉପସ୍ଥିତିରେ ସିଏମ ପଦରୁ ଇସ୍ତଫା ଦେଇଛନ୍ତି।

ରାମଦାସ ଅଠୱାଲେ ପରାମର୍ଶ ଦେଇଛନ୍ତି ଯେ, ଏକନାଥ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିପାରିବେ କିମ୍ବା ତାଙ୍କୁ କେନ୍ଦ୍ର କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯିବା ଉଚିତ। ସେ କହିଛନ୍ତି, ମହାରାଷ୍ଟ୍ରରେ ସିଏମ ପଦବୀ ଉପରେ ଚାଲିଥିବା ସସପେନ୍ସ ଶୀଘ୍ର ଶେଷ ହେବ। ଦେବେନ୍ଦ୍ର ଫଡନ୍‌ଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନେଇ ଭାଜପା ହାଇକମାଣ୍ଡ ନିଷ୍ପତ୍ତି ନେଇଛନ୍ତି। ତେବେ ଏକନାଥ ଶିନ୍ଦେ ଏହି ନିଷ୍ପତ୍ତିରେ ଖୁସି ନୁହଁନ୍ତି ଏବଂ ତାଙ୍କ କ୍ରୋଧର ସମାଧାନ କରାଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସିଆର୍‌ପିଏଫ୍‌ର ନେତୃତ୍ୱ ନେବେ ସିମରନ୍‌ ବାଲା

ନୂଆଦିଲ୍ଲୀ,୨୨ା୧: ଜାନୁଆରୀ ୨୬ରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପାଳନ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ନେତୃତ୍ୱ ନେବେ...

ନିଜ କଥା ରଖିପାରିଲେନି ଆମେରିକା ରାଷ୍ଟ୍ରପତି, ନେଲେ ୟୁ ଟର୍ନ

ଓ୍ବାଶିଂଟନ,୨୨।୧: ଗ୍ରୀନଲାଣ୍ଡ ଉପରେ ୟୁରୋପୀୟ ଦେଶମାନଙ୍କ ଉପରେ ଶୁଳ୍କ ଲଗାଇବାର ଧମକ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନର ଅନୁମାନ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ...

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri