ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ କୁମାର ଜେନା ଅଧ୍ୟକ୍ଷତା କରିଥିଲେ। ସମସ୍ତ ନିଯୋଗ ପ୍ରମୁଖ ସେବାୟତ ଉପସ୍ଥିତ ଥିଲେ। ବୈଠକରେ ସେବାୟତଙ୍କ ମତାମତକୁ ନେଇ ଜାଗର ଦିନର ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିଲା। ତଦନୁଯାୟୀ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି। ତେବେ ମହାଦୀପ ଉଠିବା ପରେ ମନ୍ଦିର ପ୍ରଶାସନର ସମନ୍ବୟ ଅଭାବରୁ କେତଜେଣ ପାଳିଆ ସେବାୟତ ଏବଂ ଅନ୍ୟ କର୍ମଚାରୀମାନେ ପଳାଇ ଯାଉଛନ୍ତି। ଫଳରେ ମହାଦୀପ ଉଠିବା ପରବର୍ତ୍ତୀ ନୀତିକାନ୍ତିରେ ବିଶୃଙ୍ଖଳା ଦେଖାଦେଉଛି। ଚଳିତ ବର୍ଷ ଏଥିରେ ସୁଧାର ଆଣିବାକୁ ନିଯୋଗ ପକ୍ଷରୁ ଦାବି କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ କାର୍ଯ୍ୟନିର୍ବହୀ ଅଧିକାରୀ ହେମନ୍ତ ଭାରିମଲ୍ଲଙ୍କ ସମେତ ଅନ୍ୟ ମନ୍ଦିର କାର୍ଯ୍ୟାଳୟ କର୍ମଚାରୀଙ୍କ ସହ ପୂଜାପଣ୍ଡା ନିଯୋଗ ସଭାପତି ପ୍ରସନ୍ନ ମହାସୁଆର, ବ୍ରାହ୍ମଣ ନିଯୋଗର ବିରଞ୍ଚି ନାରାୟଣ ପତି, ରାଜେନ୍ଦ୍ର ସମର୍ଥା, ଅଞ୍ଚଳ ବଟୁ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri