ଆଜି ମହାଶିବରାତ୍ରି: ସୁନାବେଶରେ ଦର୍ଶନ ଦେବେ ଆଖଣ୍ଡଳମଣି

ଆରଡି,୧୮।୨( ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡି ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଉଠିଛି । ଭୋର ୪ଟାରୁ ବାବାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି । ହରିବୋଲ, ହୁଳହୁଳି, ଓଁନମୋ ଶିବାୟ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ପିତ ହୋଇଉଠିଛି । ଶ୍ରଦ୍ଧାଳୁମାନେ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରୁଛନ୍ତି ।

ସକାଳରୁ ରାତ୍ରି ୧୧.୩୦ ପର୍ଯ୍ୟନ୍ତ ପ୍ରଭୁ ଦିଗମ୍ବର ବେଶରେ ଦର୍ଶନ ଦେବେ। ଏନେଇ ପ୍ରଭୁଙ୍କ ପ୍ରିୟ ଘର୍ଷଣ ଭୋଗ ଲାଗି କରାଯିବ । କରୋନା ମହାମାରୀ ପାଇଁ ୨ ବର୍ଷ ହେଲା ଭକ୍ତମାନେ ପୀଠକୁ ଆସି ନ ଥିଲେ । ଚଳିତ ବର୍ଷ ପୀଠରେ ପ୍ରାୟ ୨ ଲକ୍ଷ ଭକ୍ତ ସମାଗମ ହେବାର ସମ୍ଭାବନା ଥିବାରୁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାତି ୧.୩୦ରେ ପ୍ରଭୁଙ୍କର ଦୁର୍ଲଭ ସୁନାବେଶ ଓ ଭୋର ୫ଟାରେ ମହାଦୀପ ଉଠିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri