ଜାଗରଯାତ୍ରା: କପିଳାସ ପୀଠ ଉତ୍ସବମୁଖର

ଢେଙ୍କାନାଳ ଅଫିସ,୧୮।୨: ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶନିବାର ମହାସମାରୋହରେ ପ୍ରସିଦ୍ଧ ଜାଗରଯାତ୍ରା ପାଳିତ ହେଉଛି । ୨ ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଆନନ୍ଦ ଉଲ୍ଲାସର ସହ ଜାଗରଯାତ୍ରା ପାଳିତ ହେଉଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ପୀଠରେ। ଜାଗରଯାତ୍ରା ପାଇଁ ସମଗ୍ର କପିଳାସ ଚଳଚଞ୍ଚଳ ହୋଇଉଠିଛି।
ଢେଙ୍କାନାଳ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି କପିଳାସରେ। ୭ ନମ୍ବର ବାଙ୍କ ରାସ୍ତାଠାରୁ ମନ୍ଦିର ପର୍ଯ୍ୟନ୍ତ ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ଭୋର ୫ଟାରୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି । ହର ହର ମହାଦେବ, କପିଳାସ ବାବା ପାର କରେଗା ଧ୍ୱନିରେ କପିଳାସ ପୀଠ ପ୍ରକମ୍ପିତ ହେଉଛି। ଚଳିତବର୍ଷ ଅଧିକ ମହିଳା ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଭକ୍ତମାନେ ମନ୍ଦିର ପରିସରରେ ମାନସିକ କରି ଦୀପ ଜଳାଉଥିବାରୁ ସମଗ୍ର କପିଳାସ ପୀଠ ଦୀପମୟ ହୋଇଯାଇଛି। ଦିନରେ ଠାକୁରଙ୍କ ନୀତିକାନ୍ତି ପରେ ସନ୍ଧ୍ୟା ପରଠାରୁ ରାତିରେ ଠାକୁରଙ୍କ ଷୋଡ଼ଶ ଉପଚାର ପୂଜା, ରାଜଦର୍ଶନ, ସ୍ବର୍ଣ୍ଣ ଅଳଙ୍କାରରେ ନାଗାଭରଣ ବେଶ, ରୁଦ୍ରାଭିଷେକ ଏବଂ ରାତି ୪ଟା ୯ ମିନିଟରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ।
ଚଳିତବର୍ଷ ଭକ୍ତଙ୍କ ସୁବିଧା ପାଇଁ ବାରବାଙ୍କ ରାସ୍ତା ସମ୍ପୂର୍ଣ୍ଣ ଆଲୋକୀକରଣ, ପାହାଚ ରାସ୍ତାକୁ ସଫାସୁତରା ଓ ଆଲୋକ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ଆଶୁ ଚିକିତ୍ସା ବ୍ୟବସ୍ଥା ମଧ୍ୟ କରାଯାଇଛି । ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସମସ୍ତ ନିତିକାନ୍ତି ଓ ଆଇନଶୃଙ୍ଗଳା ବ୍ୟବସ୍ଥାର ତଦାରଖ କରୁଛନ୍ତି । ମୁଖ୍ୟ ମନ୍ଦିର ସମେତ ଅନ୍ୟ ମନ୍ଦିରଗୁଡିକୁ ରଙ୍ଗିନ ଆଲୋକମାଳାରେ ସଜ୍ଜା ଯାଇଛି। ମା’ପାର୍ବତୀଙ୍କ ମନ୍ଦିର ସମେତ କାଶୀ ବିଶ୍ୱନାଥ, ନାରାୟଣ, ଭୁବନେଶ୍ୱରୀଙ୍କ ମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗି ରହିଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୧୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ଓ ପାର୍କିଂ ବ୍ୟବସ୍ଥାକୁ ମଧ୍ୟ ବ୍ୟବସ୍ଥିତ କରାଯାଇଛି। ଅପରାହ୍ନରେ ଅଧିକ ଭିଡ ହେବାର ସମ୍ଭାବନା ରହିଛି।

କପିଳାସ ବାବା ପାର କରେଗା ଧ୍ୱନିରେ ପୀଠ ପ୍ରକମ୍ପିତ


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri