ମହାଶିବରାତ୍ରି: ଆଖଣ୍ଡଳମଣିରେ ବଢ଼ିଲା ସୁରକ୍ଷା

ଆରଡ଼ି,୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ଦୁଇବର୍ଷ ପରେ ପୁଣି ମହାଶିବରାତ୍ରିରେ ଉତ୍ସବମୁଖର ହେବ। ଏନେଇ ଜିଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଦ୍ୱାରା ଶିବରାତ୍ରି ନୀତିକାନ୍ତି ପ୍ରସ୍ତୁତ ହୋଇସାରିଛି। ଶୁକ୍ରବାରଠାରୁ ପୀଠରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସଫେଇ ସହ ବ୍ଲିଚିଂ ପାଉଡର ପକାଇ ପରିଷ୍କାର କରାଯାଇଛି। ଏଥର ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଶୁକ୍ରବାର ଏସ୍‌ପି ବରୁଣ ଗୁଣ୍ଟୁପାଲି ଓ ଉପଜିଲାପାଳ ମନୋଜ ପାତ୍ର ପୀଠକୁ ଆସି ଶିବରାତ୍ରି ପ୍ରସ୍ତୁତି ସମ୍ପର୍କରେ ସେବାୟତମାନଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ବହୁସଂଖ୍ୟକ ପୋଲିସ ପୀଠରେ ପହଞ୍ଚତ୍ ସାରିଛନ୍ତି।
ଶନିବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯିବା ସହ ମଙ୍ଗଳ ଆଳତି କରାଯିବ ଓ କନିକା ରାଜାଙ୍କ ଦ୍ୱାରା ପହିଲି ଘର୍ଷଣ ଭୋଗ ଲାଗି କରାଯିବ। ୫ଟା ୧୫ରେ ପାଳି ସେବାୟତଙ୍କ ଦ୍ୱାରା ପହିଲି ଖେଚୁଡି ଭୋଗ ପ୍ରଭୁଙ୍କୁ ସମର୍ପଣ କରାଯିବ। ପ୍ରାତଃ ୫ଟା ୪୫ରୁ ରାତ୍ର ୧୧ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣରେ ଦିଅଁ ଦର୍ଶନ ସହ ଭୋଗ ଲାଗି ହେବ। ରାତି ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ସୁନାବେଶ ସମ୍ପୂର୍ଣ୍ଣ ଓ ମହାଦୀପ ପ୍ରସ୍ତୁତି କରାଯିବ। ୧ଟା ୩୦ରୁ ୩ଟା ୩୦ ଓ ୫ଟା ୧୫ରୁ ସକାଳ ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣରେ ସୁନାବେଶ ଦର୍ଶନ, ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରଦ୍ଧାଳୁମାନେ କିପରି ସୁଚାରୁ ରୂପେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ, ସେଥିଲାଗି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏସ୍‌ପି ଓ ଅତିରିକ୍ତ ଏସ୍‌ପି ପୀଠରେ ଉପସ୍ଥିତ ରହିବେ। ୬ ଡିଏସ୍‌ପିଙ୍କ ସହ ୭ ଇନ୍ସପେକ୍ଟର ଓ ୨୦ ପ୍ଲାଟୁନ ପୋଲିସ ଫୋର୍ସ ପୀଠରେ ମୁତୟନ ରହିବେ ବୋଲି ଆରଡ଼ି ଫାଣ୍ଡି ଅଧିକାରୀ ସୁରେନ୍ଦ୍ର ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?