ମହାଶିବରାତ୍ରି: ଆଖଣ୍ଡଳମଣିରେ ବଢ଼ିଲା ସୁରକ୍ଷା

ଆରଡ଼ି,୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠ ଦୁଇବର୍ଷ ପରେ ପୁଣି ମହାଶିବରାତ୍ରିରେ ଉତ୍ସବମୁଖର ହେବ। ଏନେଇ ଜିଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଦ୍ୱାରା ଶିବରାତ୍ରି ନୀତିକାନ୍ତି ପ୍ରସ୍ତୁତ ହୋଇସାରିଛି। ଶୁକ୍ରବାରଠାରୁ ପୀଠରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସଫେଇ ସହ ବ୍ଲିଚିଂ ପାଉଡର ପକାଇ ପରିଷ୍କାର କରାଯାଇଛି। ଏଥର ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଶୁକ୍ରବାର ଏସ୍‌ପି ବରୁଣ ଗୁଣ୍ଟୁପାଲି ଓ ଉପଜିଲାପାଳ ମନୋଜ ପାତ୍ର ପୀଠକୁ ଆସି ଶିବରାତ୍ରି ପ୍ରସ୍ତୁତି ସମ୍ପର୍କରେ ସେବାୟତମାନଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ବହୁସଂଖ୍ୟକ ପୋଲିସ ପୀଠରେ ପହଞ୍ଚତ୍ ସାରିଛନ୍ତି।
ଶନିବାର ଭୋର ୪ଟାରେ ମନ୍ଦିର ପହଡ଼ ଖୋଲାଯିବା ସହ ମଙ୍ଗଳ ଆଳତି କରାଯିବ ଓ କନିକା ରାଜାଙ୍କ ଦ୍ୱାରା ପହିଲି ଘର୍ଷଣ ଭୋଗ ଲାଗି କରାଯିବ। ୫ଟା ୧୫ରେ ପାଳି ସେବାୟତଙ୍କ ଦ୍ୱାରା ପହିଲି ଖେଚୁଡି ଭୋଗ ପ୍ରଭୁଙ୍କୁ ସମର୍ପଣ କରାଯିବ। ପ୍ରାତଃ ୫ଟା ୪୫ରୁ ରାତ୍ର ୧୧ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣରେ ଦିଅଁ ଦର୍ଶନ ସହ ଭୋଗ ଲାଗି ହେବ। ରାତି ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ସୁନାବେଶ ସମ୍ପୂର୍ଣ୍ଣ ଓ ମହାଦୀପ ପ୍ରସ୍ତୁତି କରାଯିବ। ୧ଟା ୩୦ରୁ ୩ଟା ୩୦ ଓ ୫ଟା ୧୫ରୁ ସକାଳ ୬ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣରେ ସୁନାବେଶ ଦର୍ଶନ, ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରଦ୍ଧାଳୁମାନେ କିପରି ସୁଚାରୁ ରୂପେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ, ସେଥିଲାଗି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏସ୍‌ପି ଓ ଅତିରିକ୍ତ ଏସ୍‌ପି ପୀଠରେ ଉପସ୍ଥିତ ରହିବେ। ୬ ଡିଏସ୍‌ପିଙ୍କ ସହ ୭ ଇନ୍ସପେକ୍ଟର ଓ ୨୦ ପ୍ଲାଟୁନ ପୋଲିସ ଫୋର୍ସ ପୀଠରେ ମୁତୟନ ରହିବେ ବୋଲି ଆରଡ଼ି ଫାଣ୍ଡି ଅଧିକାରୀ ସୁରେନ୍ଦ୍ର ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri