କଟକଣାରେ ପାଳନ ହେବ ମହାଶିବରାତ୍ରି

ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍‌ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଭକ୍ତଙ୍କ ଦର୍ଶନ ସମୟରେ କୋଭିଡ୍‌ କଟକଣା କଡ଼ାକଡ଼ି ପାଳନ କରିବାକୁ ଉପଜିଲାପାଳ ବେହୁରିଆ ନିର୍ଦ୍ଦେଶ ଦେଇଛନ୍ତି।
ଏଥିରେ ଦର୍ଶାଯାଇଛି ଯେ, ଭକ୍ତମାନେ ମନ୍ଦିର ପ୍ରବେଶ ସମୟରେ ମାସ୍କ ପରିଧାନ, ସାନିଟାଇଜ୍‌ ଏବଂ ପରସ୍ପରଠାରୁ ସାମାଜିକ ଦୂରତା ରକ୍ଷା କରିବେ। ଏଥିଲାଗି ମନ୍ଦିର ପରିଚାଳନା କମିଟି ସ୍ବତନ୍ତ୍ର ଦୃଷ୍ଟି ଦେବେ। ଭକ୍ତଙ୍କ ଦୃଷ୍ଟିଗୋଚର ହେଲା ଭଳି କୋଭିଡ ସଚେତନତା ପୋଷ୍ଟର ମନ୍ଦିର ପ୍ରବେଶ ପଥରେ ଲାଗିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ବ୍ୟାରିକେଡ ବ୍ୟବସ୍ଥା କରିବେ। ଭକ୍ତମାନେ ବ୍ୟାରିକେଡ ଦେଇ ମନ୍ଦିରକୁ ପ୍ରବେଶ କରିବେ। ମନ୍ଦିର ଭିତର ଏବଂ ବାହାର ବେଢ଼ାରେ ଏକାଠି ହେବେ ନାହିଁ। ୬୦ବର୍ଷରୁ ଊର୍ଦ୍ଧ୍ୱ ଏବଂ ୧୨ବର୍ଷରୁ କମ୍‌ ଶିଶୁଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଛି। ଭକ୍ତମାନେ ଦୀପ ନେଇ ମନ୍ଦିରକୁ ଯିବେ ନାହିଁ। ମନ୍ଦିର ନିକଟରେ କୌଣସି ଦୋକାନ,ବଜାର ଖୋଲିବାକୁ ଅନୁମତି ଦିଆଯିବ ନାହିଁ। ସର୍ବାଧିକ ୫୦୦ ଭକ୍ତ ମନ୍ଦିର ବାହାର ବେଢ଼ା ପରସ୍ପର ଠାରୁ ୬ମିଟର ଦୂରତା ରଖି ଜାଗର ଦୀପ ଜାଳିବାକୁ ଅନୁମତି ଦିଆଯାଇଛି। ମହାଦୀପ ଉଠିବା ସମୟରେ ସାମାଜିକ ଦୂରତା ରକ୍ଷା କରି ଦର୍ଶନ କରିବେ। ମନ୍ଦିର ପରିସର ଏବଂ ବାହାରେ ପାନଛେପ, ଗୁଟ୍‌ଖା ବାରଣ କରାଯାଇଛି। ବିଡିଓ, ତହସିଲଦାର, ପୌର ଓ ଏନ୍‌ଏସି ନିର୍ବାହୀ ଅଧିକାରୀ, ସ୍ଥାନୀୟ ପୋଲିସ ପ୍ରଶାସନ କୋଭିଡ କଟକଣା ଯାଞ୍ଚ କରିବେ। କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ବେହୁରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri