ଆଜି ମା’ ଜଗତଜନନୀଙ୍କ ମହାଷ୍ଟମୀ ପୂଜା: ଗାଁଠୁ ସହର ଚଳଚଞ୍ଚଳ

ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର ପୂଜାର୍ଚ୍ଚନା। ଘଣ୍ଟ, ଶଙ୍ଖ, ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ଏଭଳିସ୍ଥିତିରେ ଭକ୍ତ ଏବଂ ମା’ ଜଗତଜନନୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ଅପୂର୍ବ ଦୃଶ୍ୟ ।

ଟ୍ବିନସିଟି କଟକ-ଭୁବନେଶ୍ୱରରେ ଲୋକଙ୍କ ଜନସମାଗମକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଟ୍ବିନସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି। ବିଦ୍ୟୁତ୍‌ ଏବଂ ନିଆଁରୁ ଲୋକଙ୍କୁ ରକ୍ଷା କରିବା ପାଇଁ ପୋଲିସ ପକ୍ଷରୁ ବିଶେଷ ପଦକ୍ଷେପ ନିଆଯାଇଛି।

ଭିଡ଼ ଏବଂ ଟ୍ରାଫିକ ନିୟନ୍ତ୍ରଣ ଉପରେ ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଡ୍ରୋନ ସହାୟତାରେ ମଣ୍ଡପ ଉପରେ ନଜର ରଖାଯାଇଛି। ଏପରିକି ସ୍ମାର୍ଟ କଣ୍ଟୋଲ ରୁମ ଜରିଆରେ ପାର୍ବଣ ପରିଚାଳନା କରାଯାଉଛି।

ଏପରିକି ବିଜୟା ଦଶମୀ ଅବସରରେ ରାଜଧାନୀ ଭୁବନେଶ୍ୱରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଉତ୍ସବ ଦେଖିବା ଲାଗିମୟ ଲୋକଙ୍କ ଭିଡ଼ ଆଶଙ୍କା ରହିଛି।

କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ (ବଡ଼ଗଡ଼ ଥାନା), ଗୋପାଳପୁର (ଇନ୍ଫୋ-ଭ୍ୟାଲି ଥାନା), କିଟ୍ସ ରୋଡ଼ (ଇନ୍ଫୋସିଟି ଥାନା) ଓ ଫୁଟବଲ ଗ୍ରାଉଣ୍ଡ (କପିଳାପ୍ରସାଦ ଏୟାରଫିଲ୍ଡ ଥାନା)ରେ ରାକ୍ଷସ ରାଜା ରାବଣଙ୍କ ପୁତ୍ତଳା ପୋଡ଼ାଯିବ। ଏହି ଉତ୍ସବ ରାମାୟଣରେ ଭଗବାନ ରାମଙ୍କ ରାବଣ ଉପରେ ବିଜୟର ପ୍ରତୀକ ଭାବେ ଦର୍ଶାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri