ଆଖଣ୍ଡଳମଣିଙ୍କ ପୀଠରେ ମହାଶିବରାତ୍ରୀ

ଆରଡି,୧୧।୩(ଡି.ଏନ୍‌.ଏ.): କୋଭିଡ ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବରୁ ଜିଲା ପ୍ରଶାସନ ବିନାଭକ୍ତରେ ଆଖଣ୍ଡଳମଣି ପୀଠ ଆରଡିରେ ମହାଶିବରାତ୍ରି ଅନୁଷ୍ଠିତ ହେବା ନେଇ ଘୋଷଣା କରିଥିଲା। ହେଲେ ଏହାକୁ ବିରୋଧ କରି ସେବାୟତମାନେ ବୁଧବାର ରାତି ସାରା ଅନଶନ କରିଥିଲେ। ପରେ ରାତି ୩ଟାରେ ପୀଠରେ ଉପ ଜିଲାପାଳ, ଅତିରିକ୍ତ ଜିଲାପାଳ, ଆଡିସନାଲ ଏସ.ପି., ଚାନ୍ଦବାଲି ତହସିଲଦାର, ବିଡିଓ ପହଞ୍ଚି ସେବାୟତଙ୍କୁ ଅନଶନରୁ ଓହରିବାକୁ ଅନୁରୋଧ କରିଥିଲେ। ହେଲେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଆଦି ଜିଲାର ଭକ୍ତମାନଙ୍କୁ ପୀଠକୁ ପ୍ରବେଶ କରିବାକୁ ଅନୁମତି ଦେବାକୁ ସେବାୟତ ଦାବି କରିଥିଲେ। ଶେଷରେ ନିକଟସ୍ଥ ୪ ପଞ୍ଚାୟତ ଆରଡି, ନାନ୍ଦପୁର, ସୁନ୍ଦରପୁର, ଓଳଗର ଅଧିବାସୀମାନଙ୍କୁ ପୀଠରେ ପ୍ରବେଶ କରି ପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ଦିଆଯାଇଥିଲା। ଗୁରୁବାର ଭୋର ୫ଟାରେ ମଙ୍ଗଳଆଳତି କରାଯାଇଛି। ଦିନତମାମ ସେବାୟତଘର୍ଷଣ ଭୋଗଲାଗି ସହ ସମସ୍ତ ନୀତିକାନ୍ତି ହେଉଛି। ତେବେ ରାତ୍ର ୧ ଘଟିକାରେ ବାବାମଣିଙ୍କର ସୁନାବେଶ ଓ ରାତ୍ର ୪.୩୦ରେ ମନ୍ଦିର ଚୂଡାକୁ ମହାଦୀପ ଉଠାଯିବ ବୋଲି ମନ୍ଦିର ପ୍ରଶାସନ ଓ ସେବାୟତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ଶୁକ୍ରବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri